ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ଡକ୍ଟର ସସ୍ମିତ ପାତ୍ର, ଭଦ୍ରକ ଲୋକ ସଭା ସଦସ୍ୟ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।
୨୦୨୨ ପୌର ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଗୁଲମକ୍କି ଦଲୱାଜି ହବିବ ନିର୍ବାଚିତ ହୋଇଥିଲେ ା ଦଳରେ ସାମିଲ ହୋଇଥିବା ଗୁଲମକ୍କିଙ୍କ ସହ ଶତାଧିକ କର୍ମୀଙ୍କୁ ବିଜେଡି ନେତାମାନେ ଉପଢୌକନ ଦେଇ ସ୍ବାଗତ କରିଛନ୍ତି। ଦଳରେ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜଭୁତ ହେବ ବୋଲି ସେମାନେ କହିଛନ୍ତି। ଏହି ଅବସରରେ ବିଜେଡିରେ ସାମିଲ ହୋଇଥିବା ଗୁଲମକ୍କି କହିଛନ୍ତି, ସ୍ବାଧୀନ ଭାବେ ଲଢ଼ି ମଧ୍ୟ ବିଜେଡିକୁ କେବେ ବିରୋଧ କରିନାହୁଁ ା ନବୀନ ପଟ୍ଟନାୟକ ଓ ବିଜୁବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛୁ ା ନବୀନବାବୁଙ୍କ ହାତମୁଠା ଟାଣ କରିବୁ ା ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବୁ ା ଭଦ୍ରକ ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବୁ ା
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତିଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି। ଦଳ ତାଙ୍କୁ ଓ ତାଙ୍କ ସହଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ, ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri