ବିରୋଧୀ ଦଳ ପ୍ରଶ୍ନ କଲେ ବିଜେଡିକୁ କଷ୍ଟ ହେଉଛି: ଭାଜପା

ଭୁବନେଶ୍ବର, ୭ା୨(ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଆତଙ୍କିତ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ନ ଦେଇ ବିଜେଡି ‘ଦୋଷାରୋପର ଖେଳ’ ଆରମ୍ଭ କରିଛି। ବିଶେଷକରି ନବ ଦାସଙ୍କୁ ତାଙ୍କ ସୁରକ୍ଷା ଅଧିକାରୀ ଗୁଳିକରି ହତ୍ୟା କରିବା ପରେ ଗୃହ ବିଭାଗର ମୁଖା ଖୋଲିଯାଇଛି। ଏଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ ଠିକ୍‌ ଭାବେ ନିଶ୍ଚିତ ହେବା ଉଚିତ୍‌। କିନ୍ତୁ ଏହା ହେଉ ନ ଥିବା ସାଧାରଣରେ ଚର୍ଚ୍ଚା ହେଉଛି। ବିରୋଧୀ ଦଳ ଭାବେ ଭାଜପା ପ୍ରଶ୍ନ ପଚାରିଲେ ବିଜେଡିକୁ କଷ୍ଟ ହେଉଛି। ପ୍ରଶ୍ନର ଜବାବ ଦେବା ବଦଳରେ ଶାସକ ଦଳର ନେତାମାନେ କେନ୍ଦ୍ରମନ୍ତ୍ରୀ, ବିରୋଧୀ ଦଳ ନେତାଙ୍କ ସମେତ ଭାଜପାର ନେତୃବୃନ୍ଦଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିବା ସହିତ ମୂଳ ପ୍ରସଙ୍ଗରୁ ଓହରିଯାଇ କୁତ୍ସାରଟନା କରୁଛନ୍ତି ବୋଲି ଭାଜପା ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନୋଜ କହିଛନ୍ତି ଯେ, ୨୦୦୭ରେ ଘଟିଥିବା କନ୍ଧମାଳ ଘଟଣାକୁ ବୋଧହୁଏ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଭୁଲିଯାଇଛନ୍ତି। ରାଜ୍ୟ ରାଜନୀତିରେ ଅପରାଧୀକରଣର ଅଧ୍ୟାୟ ଏଇଠୁ ଆରମ୍ଭ ହୋଇଥିଲା। ୨୦୦୭ର ଏହି ଘଟଣାର ତଦନ୍ତ କରିଥିବା ଜଷ୍ଟିସ୍‌ ବାସୁଦେବ ପାଣିଗ୍ରାହୀ କମିଶନ ନିଜ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିବା ସତ୍ତ୍ୱେ ଏହାକୁ ସାର୍ବଜନୀନ କରାଗଲା ନାହିଁ। ଏହାକୁ ରାଜ୍ୟ ସରକାର କାହିଁକି ଚାପି ରଖିଛନ୍ତି। ଏହାର ଜବାବ୍‌ ସସ୍ମିତ ପ୍ରଥମେ ରଖିବା ଉଚିତ। ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ପୋଲିସର ପକ୍ଷପାତିତା ଏବଂ ନ୍ୟାୟାଳୟର ହସ୍ତକ୍ଷେପ ଯୋଗୁ ତଦନ୍ତ ହେଉଥିବା ରବିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିବାବେଳେ ସୋମବାର ଆଉ ଏକ ନୂଆ ଅଧ୍ୟାୟ ଏଥିରେ ଯୋଡ଼ିହୋଇଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହା କ’ଣ ମିଛ ବୋଲି ମନୋଜ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri