ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ ନୂଆ ଯୋଜନା ନଁାରେ ଭଣ୍ଡାଉଛନ୍ତି। ମହିଳାଙ୍କୁ ସ୍ବାବଲମ୍ବୀ କରିବା ବଦଳରେ ସଶକ୍ତୀକରଣ ଆଳରେ ଦଳୀୟ କାର୍ଯ୍ୟକ୍ରମରେ ସାମିଲ କରୁଛନ୍ତି। ରାଜ୍ୟର ପ୍ରକୃତ ବିକାଶ କଥା ଚିନ୍ତା ନ କରି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛନ୍ତି। ଖାଲି ସେତିକି ନୁହେଁ, ବିଜେଡି ସରକାର ଦଳୀୟ ପ୍ରଚାର ପାଇଁ ରାଜ୍ୟ ରାଜକୋଷକୁ ଲୁଟୁଛନ୍ତି ବୋଲି କଂଗ୍ରେସ ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାନ୍ତି କହିଛନ୍ତି।
ଗୁରୁବାର କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱରଞ୍ଜନ କହିଛନ୍ତି, ସରକାରୀ ଅର୍ଥରେ ବିଜେଡିର ପ୍ରଚାର କରାଯାଉଛି। ଜନସାଧାରଣଙ୍କ ଦ୍ୱାରା ପ୍ରଦତ୍ତ ବିଭିନ୍ନ ଟିକସ ଓ ସରକାରୀ ତହବିଲରୁ କୋଟି କୋଟି ଟଙ୍କା ନେଇ ନିର୍ବାଚନୀ ପ୍ରଚାରରେ ଖର୍ଚ୍ଚ କରାଯାଉଛି। ସରକାରୀ ଯୋଜନାରେ ଶଙ୍ଖଚିହ୍ନ ଲାଗୁଛି। ଏହାକୁ ନେଇ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକଙ୍କ ଆୟ ୨ଗୁଣା କରିବାକୁ ଘୋଷଣା କରିଥିବାବେଳେ ବର୍ତ୍ତମାନ ସୁଦ୍ଧା ତାହା କରିପାରିନାହାନ୍ତି, ଅଥଚ ଖର୍ଚ୍ଚ ୩ ଗୁଣା ବଢ଼ିଗଲାଣି। ଉପା ସରକାର ସମୟରେ ଓଡ଼ିଶାକୁ ଯେତିକି ଅନୁଦାନ ଦିଆଯାଉଥିଲା ଭାଜପା ସେତିକି ଅନୁଦାନ ନ ଦେଇ କେବଳ ମିଛ ପ୍ରଚାର କରୁଥିବା ବିଶ୍ୱରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?