ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ ନୂଆ ଯୋଜନା ନଁାରେ ଭଣ୍ଡାଉଛନ୍ତି। ମହିଳାଙ୍କୁ ସ୍ବାବଲମ୍ବୀ କରିବା ବଦଳରେ ସଶକ୍ତୀକରଣ ଆଳରେ ଦଳୀୟ କାର୍ଯ୍ୟକ୍ରମରେ ସାମିଲ କରୁଛନ୍ତି। ରାଜ୍ୟର ପ୍ରକୃତ ବିକାଶ କଥା ଚିନ୍ତା ନ କରି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛନ୍ତି। ଖାଲି ସେତିକି ନୁହେଁ, ବିଜେଡି ସରକାର ଦଳୀୟ ପ୍ରଚାର ପାଇଁ ରାଜ୍ୟ ରାଜକୋଷକୁ ଲୁଟୁଛନ୍ତି ବୋଲି କଂଗ୍ରେସ ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାନ୍ତି କହିଛନ୍ତି।
ଗୁରୁବାର କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱରଞ୍ଜନ କହିଛନ୍ତି, ସରକାରୀ ଅର୍ଥରେ ବିଜେଡିର ପ୍ରଚାର କରାଯାଉଛି। ଜନସାଧାରଣଙ୍କ ଦ୍ୱାରା ପ୍ରଦତ୍ତ ବିଭିନ୍ନ ଟିକସ ଓ ସରକାରୀ ତହବିଲରୁ କୋଟି କୋଟି ଟଙ୍କା ନେଇ ନିର୍ବାଚନୀ ପ୍ରଚାରରେ ଖର୍ଚ୍ଚ କରାଯାଉଛି। ସରକାରୀ ଯୋଜନାରେ ଶଙ୍ଖଚିହ୍ନ ଲାଗୁଛି। ଏହାକୁ ନେଇ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକଙ୍କ ଆୟ ୨ଗୁଣା କରିବାକୁ ଘୋଷଣା କରିଥିବାବେଳେ ବର୍ତ୍ତମାନ ସୁଦ୍ଧା ତାହା କରିପାରିନାହାନ୍ତି, ଅଥଚ ଖର୍ଚ୍ଚ ୩ ଗୁଣା ବଢ଼ିଗଲାଣି। ଉପା ସରକାର ସମୟରେ ଓଡ଼ିଶାକୁ ଯେତିକି ଅନୁଦାନ ଦିଆଯାଉଥିଲା ଭାଜପା ସେତିକି ଅନୁଦାନ ନ ଦେଇ କେବଳ ମିଛ ପ୍ରଚାର କରୁଥିବା ବିଶ୍ୱରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri