ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର ବହୁସଂଖ୍ୟକ ଯୁବ ଓ ମହିଳା କର୍ମୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଓ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ବ୍ୟକ୍ତିତ୍ୱ ଉପରେ ଆସ୍ଥା ଓ ବିଶ୍ବାସ ରଖି ବିଜେଡିରେ ଯୋଗଦାନ କରିଛନ୍ତି।
ଏହି ଅବସରରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରିଷ୍ଠ ବିଜେଡି ନେତା ଅଚ୍ୟୁତାନନ୍ଦ ମହାପାତ୍ର , ଅଶୋକ ଯୋଶୀ, ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ହାରାଧନ ଦେବତା ପ୍ରମୁଖ ଉପସ୍ଥିତ ଥିଲେ। ଯୁବ ସଂଗଠକ ମଣ୍ଟୁ ଗଡତୀଆ ଓ ଜିତୁ ଭୋଇଙ୍କ ପ୍ରତ୍ୟକ୍ଷ ନେତୃତ୍ୱ ଓ ସଂଯୋଜନାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ଼ର ଜଣାଶୁଣା କ୍ରୀଡାବିତ୍‌ ଓ ଆଡଭୋକେଟ ହରିହର ପ୍ରଧାନ, ସାମାଜିକ କର୍ମୀ ସୋମେନ ଲାଲ ଦାଉ , ଆଡଭୋକେଟ କୁଶ ପ୍ରଧାନ, ଆଶୁତୋଷ ରଥ, ପଙ୍କଜ ଝା ପ୍ରମୁଖଙ୍କ ସମେତ ବହୁସଂଖ୍ୟକ ସମର୍ଥକ ବିଜେଡିରେ ଯୋଗଦାନ କରିଥିଲେ। ବରଗଡ଼ ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ନେତା ଓ କର୍ମୀଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଯୋଗ ଦେଇଥିବା ବିଭିନ୍ନ ସଙ୍ଗଠନର ନେତୃମଣ୍ଡଳୀ ଓ କର୍ମୀମାନେ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ସମର୍ଥନ ଜଣାଇ ବରଗଡ଼ ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?