୭୩ ଆସନରେ ବିଜେଡି ଆଗୁଆ, କଟକରେ କଂଗ୍ରେସ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପୌର ନିର୍ବାଚନ ଭୋଟ ଗଣତି ଶନିବାର ସକାଳୁ ଆରମ୍ଭ ହୋଇଯାଇଥିବା ବେଳେ ବିଜେଡି ଆଗୁଆ ରହିଛି । ରାଜ୍ୟର ଅଧିକାଂଶ ଏନ୍‌ଏସି, ପୌରାଅଞ୍ଚଳରେ ବିଜେଡି ଆଗରେ ଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ୧୦୮ ପୌରଧ୍ୟକ୍ଷ ଆସନ ମଧ୍ୟରୁ ୭୩ଟିରେ ବିଜେଡି ଆଗୁଆ ଥିବା ବେଳେ ଭାଜପା ୧୭ଟିରେ ଏବଂ କଂଗ୍ରେସ ୭ଟିରେ ରହିଛନ୍ତି । ସେହିପରି ଅନ୍ୟାନ୍ୟ ଦଳ ୯ଟି ସ୍ଥାନରେ ଆଗୁଆ ରହିଛନ୍ତି ।

କଟକ ମହାନଗର ନିଗମରେ ବିଜେଡି ପ୍ରାର୍ଥୀ ସୁବାସ ସିଂହ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଗିରିବାଳା ବେହେରା ପ୍ରଥମ ସ୍ଥାନରେ ରହିଛନ୍ତି । ଭାଜପା ପ୍ରାର୍ଥୀ ଶ୍ରୀତମ ଦାସ ବହୁ ପଛରେ ଅଛନ୍ତି । କେଟକରେ କଂଗ୍ରେସ ପ୍ରାର୍ଥୀ ୫୯୪୯ ପାଇଥିବା ବେଳେ ବିଜେଡି ୫୫୪୪ଖଣ୍ଡ ଭୋଟ ପାଇଛନ୍ତି । ଭାଜପା ୨୪୪୩ ଖଣ୍ଡ ଭୋଟ ପାଇଛନ୍ତି। ଭୁବନେଶ୍ୱର ମହାନଗର ନିଗମରେ ୩ ଟି ଓ୍ବାର୍ଡରେ ବିଜେଡି ଆଗରେ ରହିଛି।
ବ୍ରହ୍ମପୁର ମହାନଗର ନିଗମରେ ବିଜେଡି ପ୍ରାର୍ଥୀ ୩୧୫୦ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ୨୪୪୩ ଖଣ୍ଡ ଭୋଟ ପାଇଛନ୍ତି । ଆଉ କଂଗ୍ରେସ ପ୍ରାର୍ଥୀ ୨୧୧ ଖଣ୍ଡ ଭୋଟ ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?