‘ମିଶନ ଶକ୍ତି ବନ୍ଦହେବା ନେଇ ମିଛ ପ୍ରଚାର କରୁଛି ବିଜେଡି’

ଭୁବନେଶ୍ୱର, ୮ା୩(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ କରିବା ପାଇଁ ରାଜ୍ୟର ମହିଳମାନେ ଏଥର ଭାଜପାକୁ ବାଛିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ସମୟରେ ପ୍ରତିଶ୍ରୁତି ଦେଇଥିଲେ, ଭାଜପା ଓଡ଼ିଶାରେ ସରକାର ଗଢ଼ିଲେ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ। ଦଳ ସରକାର ଗଠନ ପରେ ଏହି ପ୍ରତିଶ୍ରୁତି ପୂରଣ କରିଛି। ମାତ୍ର ୮ ମାସରେ ୧୦ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଦେଇଛି। ଏବେ ମିଶନ ଶକ୍ତି ବନ୍ଦ ହୋଇଯିବ ବୋଲି ବିଜେଡି ମିଛ ପ୍ରଚାର କରୁଛି। ମାତ୍ର ଏହି ମିଶନ ଶକ୍ତି ମହିଳାମାନଙ୍କୁ ନବୀନ ପଟ୍ଟନାୟକ ସରକାରରେ ଥିଲାବେଳେ ୩ ମାସର ଦରମା ନ ଦେଇ ରାଜରାସ୍ତାରେ ବସାଇଥିଲେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ପ୍ରଭାତୀ କହିଛନ୍ତି, ନବୀନ କରିଥିବା ପାପକୁ ଧୋଇବା ପାଇଁ ଲକ୍ଷପତି ଦିଦି ଯୋଜନାରେ ମିଶନ ଶକ୍ତି ସଦସ୍ୟାଙ୍କୁ ୧୦ ମାସର ଦରମା ଦେବାକୁ ଘୋଷଣା କରିଛୁ। ବିଜେଡି ସବୁବେଳେ ଭୋଟବ୍ୟାଙ୍କ ପଲିଟିକ୍ସ କରୁଥିଲା। ୨୪ ବର୍ଷ ଧରି ଚକ୍ରାନ୍ତକରି ମହିଳଙ୍କୁ କେବଳ ଋଣ ଦେଇ ସୁଧ ଛାଡ଼ କରୁଥିଲା। ମାତ୍ର ଭାଜପା ସରକାରରେ ମହିଳାଙ୍କ ପାଇଁ ଋଣ ନୁହେଁ ପ୍ରୋତ୍ସାହନ ରାଶି ସ୍ବରୂପ ସୁଭଦ୍ରା ଯୋଜନାରେ ଅଦ୍ୟାବଧି ୧୦ ହଜାର କୋଟି ଟଙ୍କା ଦିଆଯାଇଛି। ସୁଭଦ୍ରା ଯୋଜନାର ସଫଳ ରୂପାୟନ, ଓଡ଼ିଶାର ମା’ ଭଉଣୀଙ୍କ ଉଦ୍ୟୋଗୀ ହେବାର ସ୍ବପ୍ନକୁ ମଧ୍ୟ ପୂରଣ କରିବ। ବିକଶିତ ଓଡ଼ିଶାର ଗଠନରେ ଏହି ଯୋଜନା ମୂଳପିଣ୍ଡ ହେବ। ଏହି ଯୋଜନା ପାଇଁ ୫ ବର୍ଷରେ ମୋଟ୍‌ ୫୫ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯିବ। ସୁଭଦ୍ରା ଯୋଜନା ଓଡ଼ିଶା ଇତିହାସରେ କାର୍ଯ୍ୟକାରୀ ହୋଇଥିବା
ସବୁଠାରୁ ବୃହତ୍‌ ମହିଳା ସଶକ୍ତୀକରଣ ଯୋଜନା ଭାବେ ପରିଗଣିତ ହୋଇପାରିଛି। ପ୍ରଧାନମନ୍ତ୍ରୀ ନଁା ନେଇଯିବା ଭୟରେ ବିଜେଡି ସରକାର ସମୟରେ ଲକ୍ଷପତି ଯୋଜନା କାର୍ଯ୍ୟକାରୀ କରେଇ ଦିଆଯାଉ ନ ଥିଲା ବୋଲି ସେ କହିଛନ୍ତି।

ସେ ଆହୁରି କହିଛନ୍ତି, ପୂର୍ବରୁ ଅନେକ ଥର ରାଜ୍ୟ କାର୍ଯ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ମାତ୍ର ଏଥର ପ୍ରଥମ ଥର ପାଇଁ ଭାଜପା ରାଜ୍ୟରେ ଏକାକୀ ସରକାର ଗଠନ କରିବା ପରେ ଏହି ଦିବସ ପାଳନ କରୁଛି। ଭାଜପା ମହିଳାଙ୍କ ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ। ଏହି ଦଳରେ କାର୍ଯ୍ୟ କରିଥିବା ନାରୀନେତ୍ରୀମାନେ ଦେଶର ରାଷ୍ଟ୍ରପତି, ଅର୍ଥମନ୍ତ୍ରୀ,ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ଭାଜପା ଶାସନରେ ବର୍ତ୍ତମାନର ମହିଳା ଉନ୍ନତି ପଥରେ ଅଗ୍ରସର ବୋଲି ସେ କହିଛନ୍ତି। ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ୨୦ ଜଣ ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀ ଉତ୍ତରୀୟ ଏବଂ ଫଳକ ଦେଇ ସମ୍ମାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri