ବିଜେଡିକୁ ଏତେ ବଡ଼ କ୍ଷତି କାହା ପାଇଁ? ପାଣ୍ଡିଆନ ନା ଆଉ କିଏ, ସାମ୍ନାକୁ ଆସିଲା ପ୍ରକୃତ କାରଣ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ତେବେ ପ୍ରଶ୍ନ ହେଉଛି କେଉଁ ଭୁଲ୍‌ ଯୋଗୁ ବିଜେଡିକୁ ଏତେ ବଡ଼ କ୍ଷତି ସହିବାକୁ ପଡ଼ିଛି। ଜାଣନ୍ତୁ…

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ଦଳ ଓ ସରକାରରୁ ଦୂରେଇ ରହିଲେ ଆଉ କାର୍ତ୍ତିକ ପାଣ୍ଡିଆନ ତାଙ୍କର ପ୍ରତିନିଧି ଭାବେ ଉଭୟ ବିଜେଡି ଓ ସରକାରରେ ସର୍ବେସର୍ବା ପାଲଟିଗଲେ । ପରିସ୍ଥିତି ଏଭଳି ହେଲା ଯେ, ନବୀନଙ୍କୁ ତାଙ୍କ ସରକାରର ମନ୍ତ୍ରୀ, ବିଧାୟକ, ମୁଖ୍ୟ ସଚିବ ଓ ପୋଲିସ ଡିଜି ମଧ୍ୟ ଭେଟିବା ସମ୍ଭବପର ହେଲାନି । ଯାହାକୁ ନେଇ ଉଭୟ ଦଳ ଓ ସରକାରୀ ଅଫିସରଙ୍କ ମଧ୍ୟରେ ଆକ୍ରୋଶ ଦେଖାଦେଇଥିଲା।

ଅନ୍ୟଟି ହେଲା ବିଜେଡି ପ୍ରାର୍ଥୀ ଚୟନବେଳେ ସମ୍ପୂର୍ଣ୍ଣ ମନମୁଖୀ ନିଷ୍ପତ୍ତି ନେଇଥିଲା । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଡିଏସ କୁଟ୍ଟେଙ୍କ ଉପରେ ଭରସା କରି ପାଣ୍ଡିଆନ ବିଭିନ୍ନ ନିର୍ବାମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀ ଚୂଡାନ୍ତ କରିଥିଲେ। ଅନ୍ୟପଟେ ବିଜେଡିର କୌଣସି ନେତା-ମନ୍ତ୍ରୀଙ୍କୁ ବିଗତ ୫ବର୍ଷ ମଧ୍ୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଏକୁଟିଆ ଭେଟିବାର ସୁଯୋଗ ଦିଆଗଲାନି । ନିର୍ବାଚନ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ବଦଳରେ ପାଣ୍ଡିଆନ ସବୁ ସ୍ଥାନକୁ ଗଲେ, ଲୋକଙ୍କ ସାମ୍ନାକୁ ଆସିଲେ , ହେଲେ ତାହାକୁ ଲୋକେ ଗ୍ରହଣ କରିପାରିଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?