ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ଲଗାଉଛି ବିଜେଡି: ଭାଜପା

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ମହିଳା ସରକାରୀ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଲୋକଙ୍କୁ ଟଙ୍କା ବାଣ୍ଟି ନିର୍ବାଚନ ଆଇନ ଉଲ୍ଲଂଘନ କରୁଛି। ସାଧାରଣ ନିର୍ବାଚନ ହେଉ କି ଉପନିର୍ବାଚନ ସବୁବେଳେ ସରକାରୀ କର୍ମଚାରୀମାନେ ନିୟମ ଉଲ୍ଲଂଘନ କରିବା ସହ ବିଜେଡିର କର୍ମୀ ଭଳି ପ୍ରଚାର କରି ଆସୁଛନ୍ତି। ଶୁକ୍ରବାର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀର କୋଲାବିରା ବ୍ଲକ ଜିଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ(ସିଆର୍‌ପି) ଅସ୍ମିତା ନାୟକ, ବିନତା ନାୟକ, ଜେ.ପଣ୍ଡାକିମାଲ ଓ ପୂଜା ପଟେଲ ବିଜେଡି ନିର୍ବାଚନୀ ପ୍ରଚାରରେ ସିଧାସଳଖ ଯୋଗ ଦେଇଥିଲେ। ସେହିପରି ସରବାହଲ ୧ ନମ୍ବର ୱାର୍ଡର ଅଙ୍ଗନୱାଡି ଦିଦି ସୁରୁଚି ପାଢ଼ୀ ଖୋଲାଖୋଲି ସୋସିଆଲ ମିଡିଆରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ନଁ।ରେ ପ୍ରଚାର କରୁଛନ୍ତି। ଏହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରିବା ସହ ଲୋକପ୍ରତିନିଧି ଅଧିନିୟମ ୧୯୫୧ ଅନୁସାରେ ସରକାରୀ ଚାକିରି କରିଥିବା କୌଣସି ବ୍ୟକ୍ତି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିପାରିବେ ନାହିଁ। ଚାକିରିରେ ଥାଇ ସରକାରୀ ତହବିଲରୁ ଟଙ୍କା ନେଇ ବିଜେଡି ପାଇଁ ନିର୍ବାଚନ ପ୍ରଚାର କରୁଥିବା ଭାଜପା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି। ଭାଜପାର ଏକ ପ୍ରତିନିଧି ଦଳ ଶନିବାର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି।
ଭାଜପା ଅଭିଯୋଗ କରିଛି ଯେ, ସରକାରୀ କର୍ମଚାରୀମାନଙ୍କୁ ନିଜ ଦଳ ସପକ୍ଷରେ ଲଗାଇ ପ୍ରଚାର କରିବା ବିଜେଡିର ଚିରାଚରିତ ଅଭ୍ୟାସ। ସେମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ଝାରସୁଗୁଡ଼ାରେ ସରକାରୀ କଳ, ବଳ ଦ୍ୱାରା ଭୋଟରଙ୍କୁ ପ୍ରଭାବିତ କରିବାକୁ ବିଜେଡି ଅପଚେଷ୍ଟା ଚଳାଇଛି ବୋଲି ଭାଜପା ମୁଖପାତ୍ର ସୋନାଲୀ ସାହୁ ଅଭିଯୋଗ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଉମାକାନ୍ତ ପଟ୍ଟନାୟକ, ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସମ୍ପାଦିକା ଐଶ୍ୱର୍ଯ୍ୟା ବିଶ୍ୱାଳ, ଲିଗାଲ୍‌ ସେଲ୍‌ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri