ବିଜେଡି ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବା ମୂଳଲକ୍ଷ୍ୟ

ପାଟଣା,୧୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଚେମେଣା ପଞ୍ଚାୟତ ଚିଲିଦା ଶିବ ମନ୍ଦିରରୁ ଶୁକ୍ରବାର ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ପଦଯାତ୍ରା ଯମୁନା ପଶି, କେନ୍ଦେଇ ପଶି ପଞ୍ଚାୟତ, କଣ୍ଟିଆ ପଡ଼ା, ଓ ଚାକୁଣ୍ଡା ପାଳ ପଞ୍ଚାୟତର ବିଭିନ୍ନ ଗାଁ ପରିକ୍ରମା କରି ସିଲିଦା ହାଇସ୍କୁଲ ନିକଟରେ ପହଞ୍ଚତ୍ଥିଲା। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ ଲୋକଙ୍କ ନିକଟରେ ପହଞ୍ଚାଇବା ଏହାର ଉଦ୍ଦେଶ୍ୟ ବୋଲି ବିଧାୟକ ଅଭିଭାଷଣରେ କହିଛନ୍ତି। ବିଜେଡି ମହିଳା ମୋର୍ଚ୍ଛା ରାଜ୍ୟ ସମ୍ପାଦିକା ତଥା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଲକ୍ଷ୍ମୀ ନାଏକ, ପୂର୍ବତନ ସମବାୟ ବ୍ୟାଙ୍କ ସଭାପତି କାନନ ବିହାରୀ ପୋହି, ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାଏକ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବିଜେଡି ବ୍ଲକ୍‌ ସଭାପତି ମାଧବା ନନ୍ଦ ପୃଷ୍ଟି, ସାହାରପଡ଼ା ବ୍ଲକ୍‌ ଅଧ୍ୟକ୍ଷା ରୀନା ରାଣୀ ନାୟକ, ଝୁମ୍ପୁରା ବ୍ଲକ୍‌ ଅଧ୍ୟକ୍ଷା ମାଳତୀ ନାଏକ, ୨୧ ନଂ. ଜିଲା ପରିଷଦ ସଭ୍ୟା ପ୍ରଫୁଲ ନାୟକ, ୨୨ ନଂ.ର ସୌଭାଗ୍ୟ ମଞ୍ଜରୀ ନାୟକ, ୨୯ ନଂ.ର ବୁଦ୍ଧଦେବ ମହାକୁଡ଼, ବିଜେଡି ବରିଷ୍ଠ ନେତା ମିତ୍ର ଭାନୁ ମହାନ୍ତ, ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ନିରଞ୍ଜନ ତ୍ରିପାଠୀ, ସଞ୍ଜିତ୍‌ ଚକ୍ର, ମୂଷାଖରୀ ସରପଞ୍ଚ ଭାମାମଣି ଦାସ, ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, କନକଲତା ନାଏକ, ନିତ୍ୟାନନ୍ଦ ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। ପଦଯାତ୍ରାରେ ୩ ହଜାରରୁ ଊଦ୍ଧର୍‌ବ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri