ପଦ୍ମପୁର ଆସନକୁ ଝୁଲାଇ ରଖିଛି ବିଜେଡି, ବଢୁଛି କଳ୍ପନାଜଳ୍ପନା

ବରଗଡ଼,୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୫ଟି ବିଧାନସଭା ଆସନରୁ ଅତାବିରା, ବରଗଡ଼, ବିଜେପୁର ଏବଂ ଭଟଲି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ପଦ୍ମପୁର ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି। ଜିଲାର ଅନ୍ୟ ୪ ଆସନରେ ବିଜେଡି ପ୍ରାର୍ଥୀ ଦୋହରାଇ ଥିବାବେଳେ ପଦ୍ମପୁର ଆସନ କ୍ଷେତ୍ରରେ ଦଳ କାହିଁକି ଏପର୍ଯ୍ୟନ୍ତ ସେଭଳି ନିଷ୍ପତ୍ତି ନେଇ ନାହିଁ, ତାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଏହି ନିର୍ବାଚନ ମଣ୍ଡଳୀରେ ଭାଜପା ଆଦିବାସୀ କାର୍ଡ ଖେଳି ଆଦିବାସୀ ନେତାଭାବେ ଜଣାଶୁଣା ଗୋବର୍ଦ୍ଧନ ଭୋଏଙ୍କୁ ଦଳୀୟ ପ୍ରାର୍ଥୀ କରିଛି। ଫଳରେ ବିଜୟଧାରାକୁ ଅବ୍ୟାହତ ରଖିବା ପାଇଁ ବିଜେଡି ମଧ୍ୟ ଏଠାରେ ଆଦିବାସୀ କାର୍ଡ ଖେଳିପାରେ। ଏଭଳି ସ୍ଥିତିରେ ବିଜେଡି ବିଧାୟିକା ବର୍ଷା ସିଂ ବରିହାଙ୍କୁ ପୁଣି ସୁଯୋଗ ଦେଇପାରେ କିମ୍ବା ତାଙ୍କ ସମ୍ପର୍କୀୟଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଚାଲିଛି। ଅନ୍ୟପକ୍ଷରେ ଏକାଧିକ ଆଶାୟୀ ଥିବା ଯୋଗୁ ଦଳର ବରଗଡ଼ ଲୋକସଭା ପ୍ରାର୍ଥୀ ଭଳି ନୂଆଁ ବେହେରାଙ୍କୁ ଦଳ ଏଠାରୁ ନିର୍ବାଚନ ମଇଦାନକୁ ଛାଡ଼ି ଚମକ ସୃଷ୍ଟି କରିବା ସମ୍ଭାବନାକୁ ମଧ୍ୟ ଏଡ଼ାଇ ଦେଇ ହେଉ ନାହିଁ। ସେହିପରି ବିଜେପୁର ନିର୍ବାଚନ ମଣ୍ଡଳୀରେ ବିଗତ ନିର୍ବାଚନରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଭଳି ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ରେକର୍ଡ ସଂଖ୍ୟକ ଭୋଟ୍‌ ବ୍ୟବଧାନରେ ଜିତିଥିଲେ। ପଦ୍ମପୁର ଆସନରେ ମଧ୍ୟ ବିଜେଡି ସେଭଳି ଗୋଟିଚାଳନା କରିପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। ଏଭଳି ସ୍ଥିତିରେ ପଦ୍ମପୁର ଆସନରୁ ବିଜେଡି କାହାକୁ ପ୍ରାର୍ଥୀ କରୁଛି, ସେଥିପ୍ରତି ସମସ୍ତଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri