କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି।

ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବୈଜୟନ୍ତୀଙ୍କୁ ଦଳରେ ସ୍ବାଗତ କରାଯାଇଥିଲା । ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ପିସିସି ମିଡିଆ ସେଲ ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ସାମିଲ ହୋଇଥିଲେ । କଂଗ୍ରେସକୁ ସୁଦୃଢ ଓ ସଶକ୍ତ କରିବା ପାଇଁ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ସେ ତାହା ତୁଲାଇବେ ବୋଲି ବୈଜୟନ୍ତୀ କହିଛନ୍ତି ।