ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିଯାଇଛି। ପୂର୍ବରୁ ବିଜେଡିରେ ଆଶାୟୀ ଥିବା ନୁଣ୍ଡୃକା ଏଥର ଭାଜପାରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ଜଣାପଡ଼ିଛି। ଦୀର୍ଘ ଦିନରୁ ବିଜେଡ଼ିରେ ରହି ଅଞ୍ଚଳ ପାଇଁ କାମ କରିବା ସହିତ ଦଳକୁ ମଜଭୁତ କରିଥିଲେ ନୁଣ୍ଡୃକା । ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୁନିଗୁଡ଼ାରେ ବିଜେଡ଼ିକୁ ବିଜୟ କରି ପଞ୍ଚାୟତ ସମିତିକୁ ବିଜେଡି କବଳକୁ ଆଣିଥିଲେ ।

ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜଗନ୍ନାଥ ନୁଣ୍ଡ୍ରୁକାଙ୍କ ସହ ପୂର୍ବତନ ସମିତି ସଭ୍ୟ ରବି ନୁଣ୍ଡ୍ରୁକା, ତେଲେଙ୍ଗାପଦର ଅଞ୍ଚଳର ବିଜେଡି ନେତା ବେଣୁଧର ଗାରେକା, ପାତ୍ରଗୁଡ଼ା ଅଞ୍ଚଳର ଶୁକଦେବ ବେହେରାଙ୍କ ସହ ଅନେକ ନେତା ଭାଜପାରେ ସାମିଲ ହୋଇଥିଲେ। ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ଲେଖାଶ୍ରୀ ସାମନ୍ତ ସିଂହାର, କୋରାପୁଟ ଜିଲା ସଭାପତି ସୁମନ୍ତ ପ୍ରଧାନ, କୋରାପୁଟ ଲୋକ ସଭା ସଂଯୋଜକ ତ୍ରିନାଥ ପଣ୍ଡା, ରାଜ୍ୟ ଓବିସି ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ବେହେରା, ପୂର୍ବତନ ଜିଲା ସଭାପତି ଶିବଶଙ୍କର ଉଲାକା, ପୂର୍ବତନ ଜିଲା ଓବିସି ମୋର୍ଚ୍ଚା ସଭାପତି ରୁଦ୍ର ପ୍ରସାଦ ମୁଗଲି, ମଣ୍ଡଳ ସଭାପତି ପରମେଶ୍ୱର ରାଓଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଜଗନ୍ନାଥ ନୁଣ୍ଡ୍ରୁକା ଭାଜପାରେ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଭାଜପା ପ୍ରାର୍ଥୀ କରିଛି। ସେହିପରି ଭାଜପା  ତେଲକୋଇରୁ...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକିର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri