ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଅଁରପାଳ,୪ା୫(ଡି.ଏନ.ଏ.): ଗତ ନିର୍ବାଚନରେ ସରପଞ୍ଚ ପଦବୀ ପାଇଁ ନିଜେ ନିର୍ବାଚନ ଲଢ଼ିଥିଲେ। ସମର୍ଥତ୍ତ ଜଣେ ମହିଳାଙ୍କୁ ସମିତି ସଭ୍ୟ ପ୍ରାର୍ଥୀ କରାଇଥିଲେ। ହେଲେ ଦୁହେଁ ପରାଜିତ ହେବା ପରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ଦେଖାଦେଇଥିଲା। ଏ ନେଇ ହିସାବ ନ ଦେବାରୁ ସମିତି ସଭ୍ୟ ପ୍ରାର୍ଥୀଙ୍କ ସ୍ବାମୀ ଦୀପକ ବେହେରା ମଙ୍ଗଳବାର ଟାଙ୍ଗିଆରେ ହାଣି ସରପଞ୍ଚ ପଦବୀ ପାଇଁ ନିର୍ବାଚନ ଲଢ଼ିଥିବା ବିଜେଡି ନେତା ତଥା ଠିକାଦାର ଶିବରାମ ସାହୁ (୬୨)ଙ୍କୁ ହତ୍ୟା କରିଛନ୍ତି। ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦ ଗଁାରେ ଘଟିଥିବା ଏହି ହତ୍ୟାକାଣ୍ଡ ମଙ୍ଗଳବାର ଜିଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ବଳରାମପ୍ରସାଦ ପଞ୍ଚାୟତର ୨ ଥର ସରପଞ୍ଚ ଥିଲେ ଶିବରାମ। ଥରଟିଏ ୨୭ନଂ. ଜିଲା ପରିଷଦ ଜୋନ୍‌ରୁ ବିଜୟୀ ମଧ୍ୟ ହୋଇଥିଲେ। ଠିକାଦାରି କରୁଥିବା ଏହି ବିଜେଡି ନେତା ଗତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦବୀ ପାଇଁ ପ୍ରାର୍ଥୀ ହୋଇଥିଲେ। ଏଥିସହ ଅଭିଯୁକ୍ତ କଇଁଫୁଲିଆ ସାହିର ଦୀପକ ବେହେରାଙ୍କ ସ୍ତ୍ରୀଙ୍କୁ ମଧ୍ୟ ସମିତି ସଭ୍ୟ ପ୍ରାର୍ଥୀ କରାଇଥିଲେ। କିନ୍ତୁ ସ୍ତ୍ରୀଙ୍କ ନିର୍ବାଚନ ଖର୍ଚ୍ଚ ପାଇଁ ଦୀପକ ଦେଇଥିବା ଅର୍ଥର ଠିକ୍‌ ହିସାବ ଶିବରାମ ଦେଉ ନ ଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ମଙ୍ଗଳବାର ସକାଳ ପ୍ରାୟ ୭ଟା ୩୦ରେ ଶିବରାମ ସୂର୍ଯ୍ୟପୂଜା କରିବା ପାଇଁ ଘର ବାଡ଼ିପଟୁ ତୁଳସୀପତ୍ର ତୋଳୁଥିବାବେଳେ ଅଭିଯୁକ୍ତ ଦୀପକ ପଛପଟୁ ଏକ ଟାଙ୍ଗିଆରେ ଆକ୍ରମଣ କରି ପଳାଇ ଯାଇଥିଲେ। ଘଟଣାସ୍ଥଳରେ ଶିବଙ୍କ ମୃତ୍ୟୁ ହୋଇଥିଲା। ହତ୍ୟାକାଣ୍ଡ ପରେ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଶତାଧିକ ଲୋକ ଥାନା ଆଗରେ ହୋହଲ୍ଲା କରିଥିଲେ। ହତ୍ୟାକାଣ୍ଡ ସମ୍ପର୍କରେ ମୃତ ଶିବରାମଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା। ଏଥିସହ ନଂ. ୧୨୨/୨୨ରେ ମାମଲା ରୁଜୁ କରି ଗିରାଙ୍ଗ ଛକରୁ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରିଥିଲା। ଆଇଆଇସି ବିନ୍ଦୁବିଶୋୟିନୀ ବିଶ୍ୱାଳ କହିଛନ୍ତି, ରାଜନୈତିକ ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଛି। ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri