ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଅଁରପାଳ,୪ା୫(ଡି.ଏନ.ଏ.): ଗତ ନିର୍ବାଚନରେ ସରପଞ୍ଚ ପଦବୀ ପାଇଁ ନିଜେ ନିର୍ବାଚନ ଲଢ଼ିଥିଲେ। ସମର୍ଥତ୍ତ ଜଣେ ମହିଳାଙ୍କୁ ସମିତି ସଭ୍ୟ ପ୍ରାର୍ଥୀ କରାଇଥିଲେ। ହେଲେ ଦୁହେଁ ପରାଜିତ ହେବା ପରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ଦେଖାଦେଇଥିଲା। ଏ ନେଇ ହିସାବ ନ ଦେବାରୁ ସମିତି ସଭ୍ୟ ପ୍ରାର୍ଥୀଙ୍କ ସ୍ବାମୀ ଦୀପକ ବେହେରା ମଙ୍ଗଳବାର ଟାଙ୍ଗିଆରେ ହାଣି ସରପଞ୍ଚ ପଦବୀ ପାଇଁ ନିର୍ବାଚନ ଲଢ଼ିଥିବା ବିଜେଡି ନେତା ତଥା ଠିକାଦାର ଶିବରାମ ସାହୁ (୬୨)ଙ୍କୁ ହତ୍ୟା କରିଛନ୍ତି। ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦ ଗଁାରେ ଘଟିଥିବା ଏହି ହତ୍ୟାକାଣ୍ଡ ମଙ୍ଗଳବାର ଜିଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ବଳରାମପ୍ରସାଦ ପଞ୍ଚାୟତର ୨ ଥର ସରପଞ୍ଚ ଥିଲେ ଶିବରାମ। ଥରଟିଏ ୨୭ନଂ. ଜିଲା ପରିଷଦ ଜୋନ୍‌ରୁ ବିଜୟୀ ମଧ୍ୟ ହୋଇଥିଲେ। ଠିକାଦାରି କରୁଥିବା ଏହି ବିଜେଡି ନେତା ଗତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦବୀ ପାଇଁ ପ୍ରାର୍ଥୀ ହୋଇଥିଲେ। ଏଥିସହ ଅଭିଯୁକ୍ତ କଇଁଫୁଲିଆ ସାହିର ଦୀପକ ବେହେରାଙ୍କ ସ୍ତ୍ରୀଙ୍କୁ ମଧ୍ୟ ସମିତି ସଭ୍ୟ ପ୍ରାର୍ଥୀ କରାଇଥିଲେ। କିନ୍ତୁ ସ୍ତ୍ରୀଙ୍କ ନିର୍ବାଚନ ଖର୍ଚ୍ଚ ପାଇଁ ଦୀପକ ଦେଇଥିବା ଅର୍ଥର ଠିକ୍‌ ହିସାବ ଶିବରାମ ଦେଉ ନ ଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ମଙ୍ଗଳବାର ସକାଳ ପ୍ରାୟ ୭ଟା ୩୦ରେ ଶିବରାମ ସୂର୍ଯ୍ୟପୂଜା କରିବା ପାଇଁ ଘର ବାଡ଼ିପଟୁ ତୁଳସୀପତ୍ର ତୋଳୁଥିବାବେଳେ ଅଭିଯୁକ୍ତ ଦୀପକ ପଛପଟୁ ଏକ ଟାଙ୍ଗିଆରେ ଆକ୍ରମଣ କରି ପଳାଇ ଯାଇଥିଲେ। ଘଟଣାସ୍ଥଳରେ ଶିବଙ୍କ ମୃତ୍ୟୁ ହୋଇଥିଲା। ହତ୍ୟାକାଣ୍ଡ ପରେ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଶତାଧିକ ଲୋକ ଥାନା ଆଗରେ ହୋହଲ୍ଲା କରିଥିଲେ। ହତ୍ୟାକାଣ୍ଡ ସମ୍ପର୍କରେ ମୃତ ଶିବରାମଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା। ଏଥିସହ ନଂ. ୧୨୨/୨୨ରେ ମାମଲା ରୁଜୁ କରି ଗିରାଙ୍ଗ ଛକରୁ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରିଥିଲା। ଆଇଆଇସି ବିନ୍ଦୁବିଶୋୟିନୀ ବିଶ୍ୱାଳ କହିଛନ୍ତି, ରାଜନୈତିକ ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଛି। ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri