ବିରୋଧୀଙ୍କ ସମାଲୋଚନାର ଜବାବ ଦେଲେ ବିଜେଡି ନେତା

ଭୁବନେଶ୍ୱର,୧୭ା୩(ଅନିଲ ଦାସ)ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମ୍ପର୍କୀୟ ଅରିନ୍ଦମ ରାୟ ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ଭାଜପାରେ ଯୋଗଦେଇଥିଲେ। ଭାଜପାରେ ସାମିଲ ହେବା ପରେ ସେ ବିଜେଡିକୁ ସମାଲୋଚନା କରିଥିଲେ। ସାମାଜିକ ଗଣମାଧ୍ୟମରେ କେତେକ ୟୁଜର୍ସ ଓ ବିରୋଧୀ ନେତାମାନେ ପ୍ରଣବଙ୍କୁ ଟାର୍ଗେଟ କରିଥିଲେ। ଏହା ପରେ ପ୍ରଣବଙ୍କୁ ସମର୍ଥନ ଜଣାଇ ବିଜେଡି ପକ୍ଷରୁ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ସୌଭିକ୍‌ ବିଶ୍ୱାଳ ଓ ଅନ୍ୟ କେତେକ ନେତା ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରଣବଙ୍କୁ ପ୍ରଶଂସା କରି ପୋଷ୍ଟ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ ଏମିତି ନେତା ପାଇଁ ବିଜେଡିର ପ୍ରତିଟି କର୍ମୀ ଗର୍ବିତ। ପ୍ରଣବ ପରିବାର ଅପେକ୍ଷା ଦଳର କର୍ମୀଙ୍କୁ ଅଧିକ ଗୁରୁତ୍ୱ ଦେଇଥାଆନ୍ତି। ସେ ଚାହିଁଥିଲେ ପରିବାରର ଏକାଧିକ ସଦସ୍ୟଙ୍କୁ ଟିକେଟ ବାଣ୍ଟିବାରେ କୌଣସି ସମସ୍ୟା ନ ଥିଲା। ଯାହାକୁ ପାରିଥାନ୍ତେ ତାକୁ ଟିକେଟ ଦେଇଥାନ୍ତେ। ହେଲେ ସେ ଜାଣିଥିଲେ, ରାଜନୀତିରେ ସେ ଯେଉଁ ଟ୍ରେଣ୍ଡ ତିଆରି କରିବେ, ତାହା ଦଳର ଅନେକ ଲକ୍ଷ କାର୍ଯ୍ୟକର୍ତ୍ତାଙ୍କୁ ପ୍ରଭାବିତ କରିବ। ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ହିଁ ପାଥେୟ କରି ସେ କାର୍ଯ୍ୟ କରନ୍ତି। ଏହା ଆଜି ପ୍ରମାଣିତ।
ଯାଜପୁର ପୌରାଞ୍ଚଳ କାହିଁ କେତେ ଦଶନ୍ଧିରୁ ତାଙ୍କ ପାରିବାରିକ ନିୟନ୍ତ୍ରଣରେ ଥିଲା, ତାକୁ ପଛରେ ଛାଡ଼ି ଦେଇଥିଲେ ବବି ଭାଇ। କାରଣ ସେ ଟ୍ରେଣ୍ଡ ସେଟ୍‌ କରୁଥିଲେ, ଗୋଟିଏ ପରିବାର ଗୋଟିଏ ଟିକେଟ। ସେ ଉଦାହରଣ ସୃଷ୍ଟି କରୁଥିଲେ, ପରିବାର ପଛ, ପାର୍ଟି ଆଗ। ସେ ବାର୍ତ୍ତା ଦେଉଥିଲେ, ନବୀନ ପଟ୍ଟନାୟକ ଯାହା କହିବେ ତାହା ଚୂଡ଼ାନ୍ତ।
ରାଜନୈତିକ ଘଟଣାକ୍ରମରେ ଯେଉଁ ସନ୍ଦେଶ ଆସିଛି, ତାହା ଦଳର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଦଳୀୟ ପ୍ରେମ ଏବଂ ନବୀନ ପ୍ରେମରେ ଉଦ୍‌ବୁଦ୍ଧ କରିବ । ଦଳ ସର୍ବମାନ୍ୟ, ନବୀନ ସର୍ବମାନ୍ୟ । ପ୍ରତିଟି କର୍ମୀ ନିଜ ଆଉ ନିଜ ପରିବାରର ସ୍ବାର୍ଥ କଥା ଛାଡ଼ି ରାଜ୍ୟ ଏବଂ ଦଳୀୟ ସ୍ବାର୍ଥରେ କାର୍ଯ୍ୟ କରିବାର ଯେଉଁ ବାର୍ତ୍ତା ଆମ ପ୍ରିୟ ସାଙ୍ଗଠନିକ ସମ୍ପାଦକ ଦେଇଛନ୍ତି, ସେଇ ଅନୁସାରେ କାର୍ଯ୍ୟ କରିବା ନେଇ ଉପରୋକ୍ତ ନେତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri