ବିଜେଡି ନେତା ଆନ୍ଧ୍ର ଭାଷା କହୁଛନ୍ତି: ଭାଜପା

ଭୁବନେଶ୍ୱର,୪।୪(ବ୍ୟୁରୋ): କୋଟିଆ ବିବାଦ ଦୀର୍ଘଦିନ ଧରି ଚାଲିଆସିଛି। ଏହି ମାମଲା ଏବେ ସୁପ୍ରିମ୍‌କୋର୍ଟରେ ରହିଛି। ବାରମ୍ବାର ଏ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତକୁ ନେଇ ରାଜନୀତି ସରଗରମ ହୋଇଛି। ଭାଜପା ଏ ପ୍ରସଙ୍ଗରୁ ଫାଇଦା ଉଠାଇବାକୁ ପୂରା ଦମ୍‌ ଲଗାଇଥିବା ବେଳେ ବିଜେଡି ମଧ୍ୟ ଏଥିପାଇଁ କେନ୍ଦ୍ର ଉପରକୁ ବଲ୍‌ ଫିଙ୍ଗିଛି।
କୋଟିଆ ଗସ୍ତରୁ ଫେରିବା ପରେ ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ବଡ଼ସାହି ବିଧାୟକ ସନାତନ ବିଜୁଳି, ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ମିଳିତ ଭାବେ ସୋମବାର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେମାନେ କହିଛନ୍ତି, କୋଟିଆ ଗ୍ରାମପୁଞ୍ଜର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ଚିନ୍ତା ନାହିଁ। ଓଡ଼ିଶାବାସୀଙ୍କ ସ୍ବାର୍ଥରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଥିବା କଥାକୁ ସମର୍ଥନ ପରିବର୍ତ୍ତେ ବିଜେଡି ନେତା ଆନ୍ଧ୍ର ସରକାରଙ୍କ ଭାଷା କହୁଛନ୍ତି, ଯାହା ଦୁର୍ଭାଗ୍ୟଜନକ ଏବଂ ଓଡ଼ିଶା ବିରୋଧୀ ମାନସିକତାର ପ୍ରତିଫଳନ। କୋଟିଆରେ ସରକାରଙ୍କ କିଛି ଯୋଜନା ପହଞ୍ଚତ୍ନାହିଁି। ଭୁବନେଶ୍ୱରରେ ବସି ନେତା ଓ ବାବୁମାନେ କୋଟିଆରେ ରାସ୍ତାଘାଟ ଠିକ୍‌ ଅଛି ଏବଂ ନିର୍ମାଣ କାର୍ଯ୍ୟରେ ୧୫୦ କୋଟି ଟଙ୍କା ବିନିଯୋଗ ହୋଇଛି କହିବା ହାସ୍ୟାସ୍ପଦ। ରାଜ୍ୟ ସରକାରଙ୍କ ଆନ୍ତରିକତାର ଅଭାବ କୋଟିଆବାସୀଙ୍କୁ କଷ୍ଟ ଦେଉଛି। ଧର୍ମେନ୍ଦ୍ର କୋଟିଆ ମାଟିରୁ ଦଳମତ ନିର୍ବିଶେଷରେ ଆନ୍ଧ୍ରର ଅନୁପ୍ରବେଶ ବିରୋଧରେ ଏକଜୁଟ୍‌ ହେବାକୁ ଯେଉଁ ଆହ୍ବାନ ଦେଇଥିଲେ ତାହାକୁ ବିଜେଡି ସ୍ବାଗତ କରିବା ବଦଳରେ ବିରୋଧ କରିବା ରାଜନୈତିକ ଅସହିଷ୍ଣୁତାର ପରିଚୟ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ୨୦୧୮ ଏପ୍ରିଲ ୯ରେ କୋଟିଆ ଗସ୍ତ ସମୟରେ ଲୋକମାନଙ୍କର ସମସ୍ୟା ଶୁଣିବା ପରେ ତତ୍କାଳୀନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କୁ ଚିଠି ଦେବା ସହ ବ୍ୟକ୍ତିଗତ ଭାବେ ସାକ୍ଷାତ୍‌ କରି କୋଟିଆ ସମସ୍ୟା ଉପରେ ଆଲୋଚନା କରିଥିଲେ। ୨୦୨୦ ଓ ୨୦୨୧ରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏହି ପ୍ରସଙ୍ଗରେ ହସ୍ତକ୍ଷେପ ଲୋଡ଼ିଥିଲେ। ପରବର୍ତ୍ତୀ ସମୟରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ୨୨ ସେପ୍ଟେମ୍ବର ୨୦୨୧ରେ ମଧ୍ୟ କୋଟିଆ ଗ୍ରାମପୁଞ୍ଜ ବିବାଦର ସମାଧାନ ପାଇଁ ଚିଠି ମାଧ୍ୟମରେ ୪ଟି ପ୍ରସ୍ତାବ ଦେଇଥିଲେ। ୩୧ ଅକ୍ଟୋବର ୨୦୨୨ରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବାର ପତ୍ର ମାଧ୍ୟମରେ ସୀମା ବିବାଦର ସମାଧାନ ପାଇଁ ଗଠିତ ଆନ୍ତଃ ରାଜ୍ୟ କମିଟିର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିବା ପାଇଁ ଅନୁରୋଧ କରିଥିଲେ। ୨୦୨୧ ନଭେମ୍ବର ୮ରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ୍‌ ହୋଇଥିଲା। ଏକ ଯୁଗ୍ମ ଉଚ୍ଚସ୍ତରୀୟ କମିଟି କୋଟିଆ ପଞ୍ଚାୟତରେ ଥିବା ୨୧ଟି ଗ୍ରାମପୁଞ୍ଜର ବିବାଦକୁ ସମାଧାନ କରିବ ବୋଲି ମତପ୍ରକାଶ କରିଥିଲେ। ଏହି ସାକ୍ଷାତ୍‌ର ପାଖାପାଖି ଦେଢ଼ବର୍ଷ ପରେ ବିବାଦ ସମସ୍ୟା ସମାଧାନ ହେବା ପରିବର୍ତ୍ତେ ଆନ୍ଧ୍ର ଓଡ଼ିଶା ସୀମାନ୍ତକୁ ଅନୁପ୍ରବେଶ କରିବା ଏକ ସଙ୍ଗିନ ପ୍ରସଙ୍ଗ ବୋଲି ବିଧାୟକମାନେ କହିିଛନ୍ତି।
ଅନ୍ୟପକ୍ଷରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, କୋଟିଆ ଆଜିର ଇସ୍ୟୁ ନୁହେଁ। କୋଟିଆ ମାମଲା ସୁପ୍ରିମ୍‌କୋର୍ଟରେ ବିଚାରାଧୀନ ରହିଛି। ଏବେ ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ନୋଟିସ କରିଛନ୍ତି। ତୁରନ୍ତ ଏହାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଯଦି କୋଟିଆ ଯାଇଛନ୍ତି ତେବେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରି ଏହାର ସମାଧାନ କରାନ୍ତୁ। ଯେଉଁ ରାସ୍ତାରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଯାଉଛି ସେହି ରାସ୍ତା ମୁଖ୍ୟମନ୍ତ୍ରୀଙ୍କ କୋଟିଆ ପ୍ୟାକେଜରେ ନିର୍ମାଣ କରାଯାଇଛି ବୋଲି ପ୍ରମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?