ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ ଗତିରେ ଅବକ୍ଷୟ ହେବାରେ ଲାଗିଛି । ବିଶେଷ କରି ସମୁଦ୍ର ଉଚ୍ଚ ଜୁଆର ମାଡ଼ରେ ପୋଡ଼ମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭକୁ ଚାଲି ଯାଉଛି । ଆଉ କିଛି ଦିନ ମଧ୍ୟରେ ସମୁଦ୍ର ଲହଡି ଜନବସତି ଆଡକୁ ମାଡି ଆସିବା ସଂକେତ ମିଳି ସାରିଲାଣି । ତାହା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ପ୍ରଶାସନର ତତ୍ପରତା ପାଇବା ସହ ସ୍ଥିତି ଅନୁଧ୍ୟାନ ପାଇଁ ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ସୁଅ ଛୁଟୁଥିବା ଦେଖିବାକୁ ମିଳୁଛି। ଏନେଇ ଗୁରୁବାର ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜେଡିର ଏକ ପ୍ରତିନିଧି ଦଳ ପୋଡ଼ମପେଟା ଯାଇ ବିଭିନ୍ନ ଦିଗକୁ ନେଇ ସମୀକ୍ଷା କରିବା ସହ ସମୁଦ୍ର ଉପକୂଳବର୍ତ୍ତୀ ଲୋକଙ୍କ ଆଲୋଚନା କରିଛନ୍ତି । ଜିଲା ପରିଷଦ ସଭ୍ୟ ସନାତନ ବେହେରା, ବ୍ଲକ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ବ୍ଲକ ସଭାପତି ରଞ୍ଜନ ପଲାଇ, ଏନଏସି ଯୁବ ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ, ବିଜେଡି ବରିଷ୍ଠ ନେତା ସୁଦାମ ଚରଣ ଜେନା, ଏନଏସି ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକି, ଯୁବନେତା ରଞ୍ଜିତ ପଲାଇ, ବ୍ଲକ ସମ୍ପାଦକ ଉମା ଜେନା, ଗୋବିନ୍ଦ ଗୌଡ଼ ପ୍ରମୁଖ ଆଲୋଚନା ବେଳେ ଉପସ୍ଥିତ ଥିଲେ। ଏସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଉପକୂଳ ଅଧିବାସୀଙ୍କ ଜନଜୀବନ ସୁରକ୍ଷା ନେଇ ଜିଲାପାଳଙ୍କ ଆଲୋଚନା କରିବେ ବୋଲି ପୂର୍ବତନ ବିଧାୟକ ସୁବାଷ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପ୍ରକାଶ ଯୋଗ୍ୟ ଦିନକୁ ଦିନ ସମୁଦ୍ର ଉଗ୍ର ରୂପ ଧାରଣ କରିବା ସହ ଉଚ୍ଚ ଜୁଆରରେ ପୁରୁଣା ପୋଡମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭରେ ଲୀନ ହେଉଥିବା ଜଣାପାଇବା ପରେ ପ୍ରଶାସନ ଓ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଉଛି । ଜିଲାପାଳଙ୍କ ନିର୍ଦେଶ କ୍ରମେ ପୋଡ଼ମ ପେଟା ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ କରାଯିବା ସହ ରାସ୍ତା ଖୋଳି ଦିଆଯାଇଥିଲେ ମଧ୍ୟ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀ, ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବା ଦେଖିବାକୁ ମିଳିଛି । ବିଶେଷ କରି ଗୋଖରକୁଦା ଠାରୁ ବଟେଶ୍ୱର ମନ୍ଦିର ବେଳାଭୂମି ପର୍ଯ୍ୟନ୍ତ ବେଳାଭୂମି ଅବକ୍ଷେୟ ହେଉଥିବା ଦେଖିବାକୁ ମିଳିଛି । ଯାହାଫଳରେ ବେଳାଭୂମି ନଷ୍ଟ ହେବା ସହ ବଟେଶ୍ୱର ଠାରୁ ସମୁଦ୍ର କୂଳକୁ ସଂଯୋଗ ରାସ୍ତାବି ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଗଲାଣି । ଏଥିପାଇଁ ସମୁଦ୍ର ଉପକୁଳ ତଟବର୍ତ୍ତୀ ଅଂଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri