ଦିଲ୍ଲୀ ଯାଇ ଭାଜପାରେ ମିଶିଲେ ବିଜେଡି ନେତା, କର୍ମୀ

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ଅନୁଗୋଳ ଜିଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡିର ପୂର୍ବତନ ଜିଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଶାସକ ଦଳର ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସେମାନଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନଠାରେ ଦଳକୁ ସ୍ବାଗତ କରିଥିଲେ। ଅନୁଗୋଳ ବିଜେଡିର ପଦ୍ମଲୋଚନ ପ୍ରଧାନ, ମାନସ ରଞ୍ଜନ ପ୍ରଧାନ, ଲୋକନାଥ ପ୍ରଧାନ, ସୁଶାନ୍ତ କୁମାର ସାହୁଙ୍କ ସମେତ ଅନେକ ସମର୍ଥକଙ୍କୁ ଦଳୀୟ ଉତ୍ତରୀୟ ଦେଇ ଧର୍ମେନ୍ଦ୍ର ସ୍ବାଗତ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଏହି ମିଶ୍ରଣ ଆମ ଦଳର ସଙ୍ଗଠନ ଦୃଢ଼ ହେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତମୁଠା ଟାଣ ହେବ। ଆଗାମୀ ଦିନରେ ଅନୁଗୋଳ ଜିଲାକୁ ସମୃଦ୍ଧ ଅଞ୍ଚଳ ଭାବେ ଗଢ଼ିବାରେ କାର୍ଯ୍ୟକର୍ତ୍ତାଙ୍କ ବଡ଼ ଯୋଗଦାନ ରହିବ। ଏବେ ଟେକ୍ନୋଲୋଜି ମାଧ୍ୟମରେ ଲୋକଙ୍କ ସହ ଯୋଡ଼ିହେବା ଏବଂ କେନ୍ଦ୍ରର ଜନକଲ୍ୟାଣକାରୀ ଯୋଜନା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ସମସ୍ୟାର ସମାଧାନ କରିବା ଦରକାର। ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ମିଶନରେ ଓଡ଼ିଶାକୁ ଏକବିଂଶ ଶତାବ୍ଦୀରେ ବିକଶିତ ପାଇଁ କାର୍ଯ୍ୟକର୍ତ୍ତା ୨ ଗୁଣା ପରିଶ୍ରମ କରିବା ଦରକାର ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ, ଅଞ୍ଜଳି ବେହେରା ଏବଂ ଓବିସି ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri