ଦିଲ୍ଲୀ ଯାଇ ଭାଜପାରେ ମିଶିଲେ ବିଜେଡି ନେତା, କର୍ମୀ

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ଅନୁଗୋଳ ଜିଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡିର ପୂର୍ବତନ ଜିଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଶାସକ ଦଳର ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସେମାନଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନଠାରେ ଦଳକୁ ସ୍ବାଗତ କରିଥିଲେ। ଅନୁଗୋଳ ବିଜେଡିର ପଦ୍ମଲୋଚନ ପ୍ରଧାନ, ମାନସ ରଞ୍ଜନ ପ୍ରଧାନ, ଲୋକନାଥ ପ୍ରଧାନ, ସୁଶାନ୍ତ କୁମାର ସାହୁଙ୍କ ସମେତ ଅନେକ ସମର୍ଥକଙ୍କୁ ଦଳୀୟ ଉତ୍ତରୀୟ ଦେଇ ଧର୍ମେନ୍ଦ୍ର ସ୍ବାଗତ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ଏହି ମିଶ୍ରଣ ଆମ ଦଳର ସଙ୍ଗଠନ ଦୃଢ଼ ହେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତମୁଠା ଟାଣ ହେବ। ଆଗାମୀ ଦିନରେ ଅନୁଗୋଳ ଜିଲାକୁ ସମୃଦ୍ଧ ଅଞ୍ଚଳ ଭାବେ ଗଢ଼ିବାରେ କାର୍ଯ୍ୟକର୍ତ୍ତାଙ୍କ ବଡ଼ ଯୋଗଦାନ ରହିବ। ଏବେ ଟେକ୍ନୋଲୋଜି ମାଧ୍ୟମରେ ଲୋକଙ୍କ ସହ ଯୋଡ଼ିହେବା ଏବଂ କେନ୍ଦ୍ରର ଜନକଲ୍ୟାଣକାରୀ ଯୋଜନା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ସମସ୍ୟାର ସମାଧାନ କରିବା ଦରକାର। ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ମିଶନରେ ଓଡ଼ିଶାକୁ ଏକବିଂଶ ଶତାବ୍ଦୀରେ ବିକଶିତ ପାଇଁ କାର୍ଯ୍ୟକର୍ତ୍ତା ୨ ଗୁଣା ପରିଶ୍ରମ କରିବା ଦରକାର ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ, ଅଞ୍ଜଳି ବେହେରା ଏବଂ ଓବିସି ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri