ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଲେ ବିଜେଡି ନେତା

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ସରକାର ଘୋଷଣା କରିଛନ୍ତି। ଏନେଇ ବିଜେ ନେତା ମୁନ୍ନା ଖାନ୍‌ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଅନେକ ଅନେକ ଧନ୍ୟବାଦ୍‌ ଏବଂ କୃତଜ୍ଞତା ଜଣାଉଛି। ଆଜି ସେ ଘୋଷଣା କରିଛି, ବିଜୁ ପଟ୍ଟନାୟକଙ୍କ ନାଁରେ ଯେଉଁ କ୍ରୀଡା ପରସ୍କାର ଥିଲା ତାହା ବଜାୟ ରଖିବାକୁ ଘୋଷଣା କରିଛି। ଏହି ନିଷ୍ପତ୍ତି ନେଇ ତାଙ୍କୁ ବହୁ ବହୁତ ଧନ୍ୟବାଦ୍‌।
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳିବ ନାହିଁ। ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ। ରାଜ୍ୟ ପ୍ରତି ବିଜୁ ପଟ୍ଟନାୟକଙ୍କ ଅନେକ ଅବଦାନ ରହିଛି। ମୋ ସରକାର ବରପୁତ୍ରଙ୍କୁ ସମ୍ମାନ ଦିଏ ବୋଲି ରବିବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଶନିବାର କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାମରେ ନାମିତ ହେବ ବୋଲି କୁହାଯାଇଥିଲା। ଏଥି ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ମଧ୍ୟ ଜାରି କରାଯାଇଥିଲା।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାର ତାଙ୍କ ପିତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଏ। ମୋଟ ୫ଟି ବର୍ଗରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri