ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଲେ ବିଜେଡି ନେତୃମଣ୍ଡଳୀ, ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିବା ବିରୋଧରେ…

ବରଗଡ଼, ୬।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଭାଜପା ସରକାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପାଳିତ ହେଉଥିବା ପଞ୍ଚାୟତିରାଜ ଦିବସ ଓ ସରକାରୀ ଛୁଟିକୁ ବାତିଲ କରି ହୀନ ମାନସିକତାର ପରିଚୟ ଦେଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଓଡ଼ିଶାର ଗର୍ବ ଗୌରବ ଓଡ଼ିଆ ଅସ୍ମିତାର ପ୍ରତୀକ ବିଜୁ ବାବୁ ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଭାରତବର୍ଷରେ ଉଦାହରଣ ପାଲଟିଥିଲେ। ତାଙ୍କ ଜନ୍ମଦିନକୁ ରାଜ୍ୟରେ ଦୀର୍ଘଦିନରୁ ପଞ୍ଚାୟତିରାଜ ଦିବସ ଭାବେ ପାଳିତ ହୋଇ ଆସୁଥିବା ବେଳେ ହଠାତ୍‌ ରାଜ୍ୟର ଭାଜପା ସରକାର ଉକ୍ତ ଦିବସରେ ପୂର୍ବ ଘୋଷିତ ସରକାରୀ ଛୁଟି ବାତିଲ କରିବା ସହ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିବା ନିଷ୍ପତ୍ତି ନେଇ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଆଘାତ ଦେଇଛି ବୋଲି ବିଜେଡି ନେତୃବୃନ୍ଦ ମତପ୍ରକାଶ କରିଛନ୍ତି।

ରାଜ୍ୟ ଭାଜପା ସରକାରଙ୍କ ସେଭଳି ନିଷ୍ପତ୍ତି ବିରୋଧରେ ବରଗଡ଼ ବିଜୁ ଜନତା ଦଳ ତରଫରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡି ନେତୃମଣ୍ଡଳୀ ଧାରଣା ଦେବା ସହ ଭାଜପା ସରକାରଙ୍କ ସେହି ନିଷ୍ପତ୍ତିର ପ୍ରତିବାଦ ଜଣାଇଛନ୍ତି। ଆଗାମୀ ଦିନରେ ଯଦି ରାଜ୍ୟ ସରକାର ଏହି ନିଷ୍ପତ୍ତିର ପୁନର୍ବିଚାର ନ କରନ୍ତି, ତେବେ ବିଜେଡି ସମଗ୍ର ରାଜ୍ୟରେ ଭାଜପା ସରକାର ବିରୋଧରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପୌର ଅଧ୍ୟକ୍ଷ କଳ୍ପନା ମାଝୀ ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ଟାଉନ ବିଜେଡି ସଭାପତି କିଶୋର ମିଶ୍ର , ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକଙ୍କ ସମେତ ପୌର ପରିଷଦର ସମସ୍ତ କାଉନସିଲର ଓ ବରଗଡ଼ ଜୋନର ସମସ୍ତ ଜିଲା ପରିଷଦ ସଭ୍ୟାସଭ୍ୟ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ସେହି ନିଷ୍ପତ୍ତିକୁ ତୀବ୍ର ବିରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri