ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଲେ ବିଜେଡି ନେତୃମଣ୍ଡଳୀ, ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିବା ବିରୋଧରେ…

ବରଗଡ଼, ୬।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଭାଜପା ସରକାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପାଳିତ ହେଉଥିବା ପଞ୍ଚାୟତିରାଜ ଦିବସ ଓ ସରକାରୀ ଛୁଟିକୁ ବାତିଲ କରି ହୀନ ମାନସିକତାର ପରିଚୟ ଦେଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଓଡ଼ିଶାର ଗର୍ବ ଗୌରବ ଓଡ଼ିଆ ଅସ୍ମିତାର ପ୍ରତୀକ ବିଜୁ ବାବୁ ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଭାରତବର୍ଷରେ ଉଦାହରଣ ପାଲଟିଥିଲେ। ତାଙ୍କ ଜନ୍ମଦିନକୁ ରାଜ୍ୟରେ ଦୀର୍ଘଦିନରୁ ପଞ୍ଚାୟତିରାଜ ଦିବସ ଭାବେ ପାଳିତ ହୋଇ ଆସୁଥିବା ବେଳେ ହଠାତ୍‌ ରାଜ୍ୟର ଭାଜପା ସରକାର ଉକ୍ତ ଦିବସରେ ପୂର୍ବ ଘୋଷିତ ସରକାରୀ ଛୁଟି ବାତିଲ କରିବା ସହ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିବା ନିଷ୍ପତ୍ତି ନେଇ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଆଘାତ ଦେଇଛି ବୋଲି ବିଜେଡି ନେତୃବୃନ୍ଦ ମତପ୍ରକାଶ କରିଛନ୍ତି।

ରାଜ୍ୟ ଭାଜପା ସରକାରଙ୍କ ସେଭଳି ନିଷ୍ପତ୍ତି ବିରୋଧରେ ବରଗଡ଼ ବିଜୁ ଜନତା ଦଳ ତରଫରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡି ନେତୃମଣ୍ଡଳୀ ଧାରଣା ଦେବା ସହ ଭାଜପା ସରକାରଙ୍କ ସେହି ନିଷ୍ପତ୍ତିର ପ୍ରତିବାଦ ଜଣାଇଛନ୍ତି। ଆଗାମୀ ଦିନରେ ଯଦି ରାଜ୍ୟ ସରକାର ଏହି ନିଷ୍ପତ୍ତିର ପୁନର୍ବିଚାର ନ କରନ୍ତି, ତେବେ ବିଜେଡି ସମଗ୍ର ରାଜ୍ୟରେ ଭାଜପା ସରକାର ବିରୋଧରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପୌର ଅଧ୍ୟକ୍ଷ କଳ୍ପନା ମାଝୀ ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ଟାଉନ ବିଜେଡି ସଭାପତି କିଶୋର ମିଶ୍ର , ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକଙ୍କ ସମେତ ପୌର ପରିଷଦର ସମସ୍ତ କାଉନସିଲର ଓ ବରଗଡ଼ ଜୋନର ସମସ୍ତ ଜିଲା ପରିଷଦ ସଭ୍ୟାସଭ୍ୟ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ସେହି ନିଷ୍ପତ୍ତିକୁ ତୀବ୍ର ବିରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri