କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ ଲୋକଙ୍କ ଦ୍ୱାରା ପ୍ରତ୍ୟାଖିତ ହୋଇ କ୍ଷମତାରୁ ହଟିଛି। କ୍ଷମତା ହରାଇବା ପରେ ବିଜେଡିରେ ଗୋଷ୍ଠୀକନ୍ଦଳ ଦେଖାଯାଇଛି। ଅନେକ ନେତା ବିଜେଡି ଛାଡିଲେଣି ଏବଂ ଆଉ କେତେକ ନେତାଙ୍କୁ ଦଳବିରୋଧି କାର୍ଯ୍ୟ ପାଇଁ ତଡ଼ି ଦିଆଯାଉଛି। ଏବେ ଦଳରେ ନେତୃତ୍ୱକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଆଜିକାଲି ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ବିଜେଡି ନେତୃତ୍ୱ ଦେବାକୁ କଲେ ଦାବି କରିଛନ୍ତି ଅନେକ ନେତା। ବିଜେଡି ନେତା ଦେବେଶ ଆଚାର୍ଯ୍ୟ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦେବାକୁ ଦାବି କରିଛନ୍ତି। ଏକ ସାଧାରଣ ସଭାରେ ସେ କହିଛନ୍ତି, କ୍ରୀଡ଼ାଠାରୁ ଆରମ୍ଭ କରି ରାଜନୈତିକ କ୍ଷେତ୍ରରେ କଳିକେଶଙ୍କର ଦକ୍ଷତା ରହିଛି। ତାଙ୍କ ପାଖରେ ନେତୃତ୍ୱ ନେବାର ଦକ୍ଷତା ଅଛି।
ସୂଚନାଯୋଗ୍ୟ, ଗତକାଲି କଳିକେଶଙ୍କୁ ବିଜେଡି ରାଜ୍ୟ ନେତୃତ୍ୱ ମିଳୁ କହିଥିଲେ ବିଜେଡି ନେତା ଦିବ୍ୟଶଙ୍କର ମିଶ୍ର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri