ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା

ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼ ନାଁ ଦଳର ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରହିଥିଲା ବେଳେ ଭୁବନେଶ୍ୱରରେ ବଡ଼ ଚାଲ୍ ଚଳାଇଛି ବିଜେଡି। କିଛି କ୍ଷଣ ପୂର୍ବରୁ ଦଳରେ ଯୋଗ ଦେଇଥିବା ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱରରୁ ଲୋକସଭା ପ୍ରାର୍ଥୀ କରିଛି ବିଜେଡି। ଯେଉଁଠାରେ ବର୍ତମାନର ଏମପି ଅପରାଜିତା ଷଡ଼ଙ୍ଗୀଙ୍କୁ ପୁଣିଥରେ ପ୍ରାର୍ଥୀ କରିଛି ଭାରତୀୟ ଜନତା ପାର୍ଟି।

ବୁଧବାର କଂଗ୍ରେସ ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିରାଟ ପଟୁଆର ନେଇ ବିଜେଡିରେ ଯୋଗ ଦେଇଛନ୍ତି। ପୂର୍ବରୁ ଆଲୋଚନା ହେଉଥିଲା ଯେ, ଜଟଣୀ କିମ୍ବା ଭୁବନେଶ୍ୱରରୁ ତାଙ୍କୁ ବିଧାୟକ ଆସନ ପାଇଁ ଟିକେଟ ମିଳିପାରେ। କିନ୍ତୁ ସବୁ ଆଲୋଚନାକୁ ଭୁଲ୍ ପ୍ରମାଣିତ କରି ବିଜେଡି ମନ୍ମଥଙ୍କୁ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଯାହା ଅପରାଜିତାଙ୍କ ବିଜୟ ପଥରେ ସମସ୍ୟା ସୃଷ୍ଟି କରିପାରେ। କାରଣ ମନ୍ମଥଙ୍କୁ ବିଜେଡିର ସମ୍ପୂର୍ଣ୍ଣ ସମର୍ଥନ ମିଳିବା ବ୍ୟତୀତ ସୁର ରାଉତରାୟଙ୍କ ସମର୍ଥିତ କଂଗ୍ରେସ ଭୋଟ ମଧ୍ୟ ମିଳିବ।

ବୁଧବାର ମନ୍ମଥ ବିରାଟ ପଟୁଆର କରି ବିଜେଡିରେ ଯୋଗ ଦେବାକୁ ପୁଅକୁ ସମର୍ଥନ ଦେବାକୁ କହିଥିଲେ ସୁର। ପୁଅ କେମିତି ଜିତିବ ସେ ନେଇ ସେ ପଛରୁ ସପୋର୍ଟ କରିବେ ବୋଲି କହିଥିଲେ। ଏସବୁକୁ ଦେଖିଲେ ଅପରାଜିତାଙ୍କୁ ପାଇଁ ଆଗାମୀ ନର୍ବାଚନ ସହଜ ଦେଖାଯାଉନାହିଁ।

ଗତ ୨୦୧୯ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେପି ପ୍ରାର୍ଥୀ ହେଇଥିଲେ ଅପରାଜିତା ଷଡଙ୍ଗୀ । ବିଜେଡି ଅପରାଜିତାଙ୍କୁ ମାତ୍ ଦେବାକୁ ପୂର୍ବତନ ଆଇପିଏସ୍ ଅଫିସର ଅରୂପ ପଟ୍ଟନାୟକଙ୍କୁ ଟିକେଟ୍ ଦେଇଥିଲା । ହେଲେ ଜୋରଦାର ଟକ୍କର ଦେବା ସ୍ୱତ୍ତ୍ୱେ ବିଜେଡି ଭୁବନେଶ୍ୱର ଲୋକସଭା ଆସନ ହରାଇଥିଲା । ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ, ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କୁ ୨୩ ହଜାରରୁ ଅଧିକ ଭୋଟରେ ହରାଇ ଦେଇଥିଲେ । ସେବେଠୁ ଭୁବନେଶ୍ୱର ଦଖଲ କରିବାକୁ ରଣନୀତି ପ୍ରସ୍ତୁତ କରିବାରେ ଲାଗିଥିଲା ବିଜେଡି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri