ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଥୁରାନଗରୀକୁ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିପାରନ୍ତି ବୋଲି ରବିବାର ରାଜ ଦରବାରରେ ରାଜ ଅତିଥିଭାବେ ଯୋଗଦେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ତେବେ ଏହି ସୂଚନା ପରେ ସୋମବାର ବରଗଡ଼ ଜିଲା ବିଜେଡି ଏକ ବଡ଼ ଦାବି କରିଛି । ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଗସ୍ତ ସମୟରେ ମଥୁରାନଗରୀ ତଥା ସମଗ୍ର ବରଗଡ଼ ଜିଲା ଚାଷୀଙ୍କ
ଧାନ କିଣାବିକା ସମସ୍ୟା ତଥା ଧାନ ସଂଗ୍ରହ ପ୍ରକ୍ରିୟା ଅଗ୍ରଗତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରିବା ସହିତ ଚାଷୀ ସମସ୍ୟାର ତ୍ୱରିତ୍‌ ସମାଧାନ କରିବା ପାଇଁ ବିଜେଡି ଦାବି କରିଛି । ଏହା ସହିତ ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରରେ ଉଲ୍ଲେଖ ରହିଛି, ଡିସେମ୍ବର ମାସ ଶେଷ ହେବାକୁ ବସିଥିବା ବେଳେ
ଚଳିତ ବର୍ଷ ଧାନବିକ୍ରି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଛି । ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଧାନବିକ୍ରିରେ ଟୋକନ ପ୍ରଦାନରେ ଅନିୟମିତତା, ଅବ୍ୟବସ୍ଥା, ଧାନ ସଂଗ୍ରହ ପ୍ରକ୍ରିୟାକୁ ଜାଣିଶୁଣି ବିଳମ୍ବ କରାଯିବା, ମିଲର୍ସ ଓ ଯୋଗାଣ ବିଭାଗ ଅପାରଗତା, କ୍ଷୁଦ୍ର ଓ ନାମମାତ୍ର ଚାଷୀ ଅତ୍ୟଧିକ କ୍ଷତିଗ୍ରସ୍ତ ହେବା, ଧାନର ଅଭାବୀ ବିକ୍ରି, ମଣ୍ଡିରୁ ମିଲକୁ ଧାନ ନେବା ପାଇଁ ଚାଷୀଙ୍କୁ ବାଧ୍ୟ କରାଯିବା, ଚାଷୀଙ୍କୁ ଅଖା ନ ଯୋଗାଇବା, ଧାନବିକ୍ରି ହେବାର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ଟଙ୍କା ନ ମିଳିବା, ଧାନ କୁଇଣ୍ଟାଲ ପ୍ରତି କେନ୍ଦ୍ର ସରକାରଙ୍କ ଦାରା ବର୍ଦ୍ଧିତ ୬୯ ଟଙ୍କା ପ୍ରଦାନ କରା ନ ଯିବା, କଟନୀଛଟନୀ ବନ୍ଦ ନ ହେବା ଆଦି ସମସ୍ୟା ଦାବିପତ୍ରରେ ଉଲ୍ଲେଖ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରି ତୁରନ୍ତ ଏହି ସମସ୍ୟା ଗୁଡିକର ସମାଧାନ ପାଇଁ ବିଜେଡି ଦାବି କରିଛି। ଆସନ୍ତା ୨୦୨୬ ଜାନୁଆରୀ ମାସ ୧୦ତାରିଖ ସୁଦ୍ଧା ଏହାର ସମାଧାନ ନ ହେଲେ ବିଜେଡି ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ଦଳର ଜିଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପୌରାଧ୍ୟକ୍ଷା କଳ୍ପନା ମାଝୀ, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ସୁଶାନ୍ତ ମିଶ୍ର, ଅନୁପ କୁମାର ଶତପଥୀ, ଗଣତନ୍ତ୍ର ପ୍ରଧାନ, କିଶୋର ଦେବତା, ହରିଶଙ୍କର ବେହେରା, ରାଜୁ ଘିବେଲା, ପଦ୍ମିନୀ ଗଡତିଆ, ରାଜ୍ୟ ଯୁବ ବିଜେଡିର ବରିଷ୍ଠ ଉପସଭାପତି ଜିତୁ ଭୋଇ, ସୁଶାନ୍ତ ସାହୁ, ସୁବ୍ରତ ଚାନ୍ଦ, ଆନନ୍ଦ ଖମାରୀ, କୀର୍ତ୍ତି ଚନ୍ଦ୍ର ଦୁଆନ ନରେନ୍ଦ୍ର ପଣ୍ଡା,କମଳ ତାଣ୍ଡି,ଅବିନାଶ ମଲ୍ଲିକ,ଜ୍ୟୋତ୍ସ୍ନା ପାଇକ, କବିତା ବେହେରାଙ୍କ ସମେତ ବହୁସଂଖ୍ୟକ ଦଳୀୟ କର୍ମୀ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri