ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ ସହିତ ଏ ବର୍ଷର ‘ଜନସମ୍ପର୍କ ପଦଯାତ୍ରା’ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦଳର ସମସ୍ତ ଛାମୁଆ ସଙ୍ଗଠନର ରାଜ୍ୟ, ଜିଲା ଓ ବ୍ଲକ ସଭାପତିଙ୍କ ସମେତ ବିଧାୟକ, ଏମ୍‌ପି, ପର୍ଯ୍ୟବେକ୍ଷକ ଓ ଦଳୀୟ ରାଜ୍ୟ କର୍ମକର୍ତ୍ତାମାନଙ୍କୁ ଏ ସମ୍ପର୍କରେ ଚିଠି ଲେଖିଛନ୍ତି । ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟମାନଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଜିଲା ପରିଷଦ ଜୋନସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜନ କରାଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରେ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବୈଠକ ଓ ଜନସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ୱାର୍ଡରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ ବୋଲି ନବୀନ କହିଛନ୍ତି । ସେହିପରି ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ ମଧ୍ୟ କରାଯିବ । ଡିସେମ୍ବର ୨୬ରେ ଦଳର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନମଣ୍ଡଳୀସ୍ତରରେ ପାଳନ କରାଯିବ । ଏହି ଅବସରରେ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ । ଏହି ପଦଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମଗୁଡ଼ିକୁ ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିମାନେ ତଦାରଖ କରିବେ । ଏହି ସାଙ୍ଗଠନିକ କାର୍ଯ୍ୟକ୍ରମରେ ଦଳର ସବୁ ଛାମୁଆ ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ପଞ୍ଚାୟତ ଓ ପୌର ନିର୍ବାଚିତ ଲୋକ ପ୍ରତିନିଧି, ବିଧାୟକ ଓ ଏମ୍‌ପିମାନେ ସାମିଲ ହେବା ପାଇଁ ନବୀନ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସମସ୍ତ କାର୍ଯ୍ୟକ୍ରମ କିଭଳି ସୁଚାରୁରୂପେ ପ୍ରତ୍ୟେକ ସ୍ତରରେ ସମ୍ପନ୍ନ ହେବ ତା’ର ସବିଶେଷ ବିବରଣୀ ତାଙ୍କୁ ଜଣାଇବାକୁ ଦଳର ସଭାପତି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri