ନୂଆପଡ଼ା ପାଇଁ ବିଜେଡି ଗୋଟି: କାଲି ପ୍ର୍ରାର୍ଥୀ ଚୂଡ଼ାନ୍ତ, ବିଶେଷ ଚର୍ଚ୍ଚାରେ…

ଭୁବନେଶ୍ୱର, ୧୪।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ପ୍ରାର୍ଥୀ ଖୋଜା ଚାଲିଛି। ଦଳର କେତେଜଣ ବରିଷ୍ଠ ନେତା ୨ ଦିନ କାଳ ନୂଆପଡ଼ା ଯାଇ ସେଠାରେ ଡେରା ପକାଇ ରହିଥିଲେ। ଦଳର କର୍ମୀମାନଙ୍କ ସହ ଆଲୋଚନାକରିବା ପରେ ମଙ୍ଗଳବାର ସୁଦ୍ଧା କେତେଜଣ ଫେରିଛନ୍ତି ଆଉ କେତେକେ ବୁଧବାର ସକାଳ ସୁଦ୍ଧା ଆସି ଭୁବନେଶ୍ୱରଠାରେ ପହଞ୍ଚିବେ। ଏହାସହ ପଶ୍ଚିମ ଓଡ଼ିଶାର ଅନେକ ନେତା ନୂଆପଡ଼ା ଉପନିର୍ବାଚନ ଦାୟିତ୍ୱରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଜଣ ଆସି ମଧ୍ୟ ବୁଧବାର ଭୁନବନେଶ୍ୱରଠାରେ ପହଞ୍ଚିବେ। ପ୍ରଥମେ ଶଙ୍ଖ ଭବନଠାରେ ସେମାନଙ୍କ ମଧ୍ୟରେ ଆଲୋଚନା ହେବା ପରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ୩ଟି ନାମ ପଠାଯିବ। ସେଥିରୁ ଜଣଙ୍କୁ ଦଳ ପ୍ରାର୍ଥୀ କରିବ ବୋଲି ଜଣାପଡ଼ିଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଦଳ ପ୍ରାର୍ଥୀ କରିବାକୁ ଯୋଜନା କରିଥିବା ବେଳେ ମନୋଜ ମିଶ୍ରଙ୍କ ନାଁକୁ ନେଇ ବିଶେଷ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?