ବିଜେଡି କର୍ମୀଙ୍କୁ ଗୁଳିକରି ହତ୍ୟା

ବଡ଼ବିଲ,୧ା୫(ସ୍ବ.ପ୍ର.): ବଡ଼ବିଲରେ ପୁଣି ଗୁଳିକାଣ୍ଡ ଘଟିଛି। ସୋମବାର ମନି ଟାୱାର ନିକଟ ଛକରେ ଯୁବକଙ୍କୁ ଗୁଳିକରି ହତ୍ୟାକାଣ୍ଡ ଭିଆଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ମୃତକ ହେଉଛନ୍ତି ସୁନୀଲ ସିହ୍ନା ଓରଫ ଭୋଲା।
ସୂଚନା ଅନୁଯାୟୀ, ସୋମବାର ସକାଳ ପ୍ରାୟ ସାଢେ ୯ଟା ସମୟରେ ଭୋଲା ନିଜ ସ୍କୁଟିରେ ଘରକୁ ଯାଉଥିଲେ। ବଡ଼ବିଲ ପୋରାଞ୍ଚଳ ୱାର୍ଡ ନଂ. ୬ ସ୍ଥିତ ମନି ଟାୱାର ନିକଟରେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଭୋଲାଙ୍କୁ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭୋଲାଙ୍କର ବାମ ଆଖି ପାଖରେ ଗୁଳି ବାଜିଥିବା ଜଣାପଡିଛି। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ପୋଲିସ ଗୋଟିଏ ଖୋକା ଜବତ କରିଥିବା ଜଣାପଡିଛି। ଗୁଳିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ହେଁ ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।
ସୂଚନା ଥାଉକି, ଗତ ଦୁଇ ବର୍ଷ ତଳେ ୩ ଜଣ ଅଜଣା ଦୁର୍ବୃତ୍ତ ଭୋଲାଙ୍କୁ ବଡ଼ବିଲ ସେଣ୍ଟମେରୀ ସ୍କୁଲ ନିକଟରେ ମରଣାନ୍ତକ ଆକ୍ରମଣ କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ତେବେ ସେତେବେଳେ ଏ ନେଇ ଥାନାରେ ଅଭିଯୋଗ କରି ନ ଥିଲେ ଭୋଲା। ସେ ଜଣେ ବିଜେଡି କର୍ମୀ ଏବଂ ବଡ଼ବିଲ ପୋରାଧ୍ୟକ୍ଷ ଲକ୍ଷ୍ମଣ ମହାନ୍ତଙ୍କର ଅତି ଖାସ୍‌ ଲୋକ ବୋଲି କୁହାଯାଉଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯିବା ସହ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ବଡ଼ବିଲ ପୋଲିସ ଆଖ ପାଖରେ ଲାଗିଥିବା ବିଭିନ୍ନ ସିସି କ୍ୟାମେରାର ଫୁଟେଜକୁ ଯାଞ୍ଚ କରିବା ସହିତ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଛି। ତେବେ ଏହି ଘଟଣା ପରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri