Odisha Elections 2024

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ ବାର୍ଷିକ ୧୨,୦୦୦କୁ ବୃଦ୍ଧି କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସରକାରୀ ପ୍ରବେଶ ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟତା ହାସଲ କରିବା ପରେ ଡିପ୍ଲୋମା ଏବଂ ଡିଗ୍ରୀ ପାଠ୍ୟକ୍ରମ କରୁଥିବା କଲେଜରେ ପଢୁ ଥିବା ସମସ୍ତ ଯୋଗ୍ୟ ଛାତ୍ରଙ୍କୁ ଏହା ପ୍ରଦାନ କରାଯିବ। ଆସନ୍ତା ପାଞ୍ଚ ବର୍ଷରେ ୨ ଲକ୍ଷ ସରକାରୀ ଚାକିରି ଯୋଗାଇ ଦିଆଯିବ। ସ୍ବୟମ ଉଦ୍ୟୋଗୀ ଋଣକୁ ବ୍ୟାପକ କଭରେଜ ସହିତ ଏକ ଲକ୍ଷରୁ ୨ ଲକ୍ଷକୁ ବୃଦ୍ଧି କରାଯିବ। ଓଡ଼ିଶାରେ ଏକ ନୂତନ କୌଶଳ ଓ ଉଦ୍ୟୋଗୀ ବିଶ୍ୱବିଦ୍ୟାଳୟ, ଷ୍ଟେଟ ଇନଷ୍ଟିଚ୍ୟୁଟ୍‌ ଅଫ ଫ୍ୟାଶନ ଟେକ୍ନୋଲୋଜି ଏବଂ ଏଆଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସମସ୍ତ ପଦକ୍ଷେପ ଯୁବକମାନଙ୍କୁ ସଶକ୍ତ କରିବା ଏବଂ ଓଡିଶାକୁ ଏକ ବୃହତ ଅଭିବୃଦ୍ଧି ପଥରେ ଆଗେଇ ନେବାକୁ ସକ୍ଷମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri