ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବିଜେଡିର ଚେତାବନୀ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏ ପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ଏହାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି। ଶନିବାର ବିଜେଡିର ଏକ ପ୍ରତିନିଧି ଦଳ ପୀଡିତାଙ୍କ ପରିବାରକୁ ଭେଟିବା ସହିତ ବରଗଡ଼ ଏସ୍‌ପିଙ୍କୁ ସାକ୍ଷାତ କରିଛନ୍ତି। ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖିବା ସହିତ ନିରପେକ୍ଷ ତଦନ୍ତ ଏବଂ ଅଭିଯୁକ୍ତଙ୍କୁ ଗିରଫ କରି ପୀଡିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଥିବା ଜଣାପଡିଛି। ଏହି ଟିମରେ ରାଜ୍ୟ ମହିଳା ବିଜେଡି ସଭାନେତ୍ରୀ ତଥା ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଜାପାନ ମହାପାତ୍ର ପ୍ରମୁଖ ସାମିଲ ଥିଲେ। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାନଗଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।

ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍‌ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରି ପାରି ନାହିଁ। ଅନ୍ୟପକ୍ଷରେ ପୋଲିସ ଜାଲରେ ଅଭିଯୁକ୍ତମାନେ ପଡି ସାରିଛନ୍ତି ଏବଂ ପୋଲିସ ଅଧିକ ପଚରାଉଚରା ଜାରି ରଖିଛି ବୋଲି ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri