ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବିଜେଡିର ଚେତାବନୀ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏ ପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ଏହାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି। ଶନିବାର ବିଜେଡିର ଏକ ପ୍ରତିନିଧି ଦଳ ପୀଡିତାଙ୍କ ପରିବାରକୁ ଭେଟିବା ସହିତ ବରଗଡ଼ ଏସ୍‌ପିଙ୍କୁ ସାକ୍ଷାତ କରିଛନ୍ତି। ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖିବା ସହିତ ନିରପେକ୍ଷ ତଦନ୍ତ ଏବଂ ଅଭିଯୁକ୍ତଙ୍କୁ ଗିରଫ କରି ପୀଡିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଥିବା ଜଣାପଡିଛି। ଏହି ଟିମରେ ରାଜ୍ୟ ମହିଳା ବିଜେଡି ସଭାନେତ୍ରୀ ତଥା ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଜାପାନ ମହାପାତ୍ର ପ୍ରମୁଖ ସାମିଲ ଥିଲେ। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାନଗଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।

ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍‌ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରି ପାରି ନାହିଁ। ଅନ୍ୟପକ୍ଷରେ ପୋଲିସ ଜାଲରେ ଅଭିଯୁକ୍ତମାନେ ପଡି ସାରିଛନ୍ତି ଏବଂ ପୋଲିସ ଅଧିକ ପଚରାଉଚରା ଜାରି ରଖିଛି ବୋଲି ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri