ଭାଜପାରେ ମିଶିବା ଚର୍ଚ୍ଚା ମଧ୍ୟରେ ସନାଙ୍କ ବିସ୍ଫୋରକ ବୟାନ: ଖୋଲାଖୋଲି କହିଦେଲେ ଏମିତି, ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିଧାୟକ ବିସ୍ଫୋରକ ବୟାନ ଦେଇଛନ୍ତି। ସନା ମହାକୁଡ କହିଛନ୍ତି, ମୁଁ ବିଜେଡିରେ ଅଛି, ରହିବି । ମୁଁ ଦଳ ଠାରୁ ଦୂରେଇନି, ଦଳ ସହ ଅଛି, ରହିଛି, ରହିବି। ସେ ପୁଣି କହିଛନ୍ତି, ଜିଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଉଛୁ, ଆଲୋଚନା କରୁଛୁ । ସେ ପୂରା ରାଜ୍ୟର ମୁଖ୍ୟମନ୍ତ୍ରୀ, ଭାଜପାର ମୁଖ୍ୟମନ୍ତ୍ରୀ ନୁହଁନ୍ତି ।

ବିଧାୟକ ଆହୁରି କହିଛନ୍ତି, ବିଧାନସଭାକୁ ପ୍ରବେଶ କଲା ବେଳେ କାହିଁକି ଦଳୀୟ ବୈଠକକୁ ଆସିଲେନି ବୋଲି ନବୀନ ପଟ୍ଟନାୟକ ପଚାରିଥିଲେ । ଅସୁସ୍ଥତା କାରଣରୁ ଆସିନଥିଲି ବୋଲି କହିଥିଲି। ଭାଜପା ଯାଉଛନ୍ତି କି ବୋଲି ସେ ପଚାରିନାହାନ୍ତି । ସେ ଦଳର ମୁରବୀ, ତାଙ୍କର ପଚାରିବାର ଅଧିକାର ଅଛି ।

ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରଥିଲେ ନବୀନ।

ନବୀନ ଗାଡିରୁ ଓହ୍ଲାଇବା ପରେ ଗୃହକୁ ପ୍ରବେଶ କରିବା ସମୟରେ ବିଜେଡି ବିଧାୟକମାନେ ତାଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ନବୀନ ସନାତନଙ୍କୁ ଦେଖି ଅଟକି ଯାଇଥିଲେ ଏବଂ ଗତ କାଲି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି ଆସି ନଥିଲେ ପ୍ରଶ୍ନ କରିଥିଲେ। ଉତ୍ତରରେ ସନା ମହାକୁଡ଼ ଅସୁସ୍ଥତା କାରଣ ଦର୍ଶାଇଥିଲେ ବେଳେ ପ୍ରତିଜବାବରେ ଭାଜପା ଆଡ଼କୁ ଯାଉଛନ୍ତି କି କହି ତେରଛା ବାଣ ମାରିଥିଲେ ନବୀନ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri