ସଂସଦରେ ଗର୍ଜିଲେ ବିଜେଡି ଏମ୍‌ପି: ଓଡ଼ିଶାକୁ ଦିଆଯାଉ ସ୍ବତନ୍ତ୍ର ରାଜ୍ୟ ପାହ୍ୟା

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଓଡ଼ିଶାର ବିଜେଡି ଏମ୍‌ପି ରାଜ୍ୟ ସଭାରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଠାଇଛନ୍ତି। ବିଜେଡି ଏମ୍‌ପି ମୁନା ଖାଁ ଗୃହରେ କହିଛନ୍ତି, ଓଡ଼ିଶା ୧୯୯୯ ମହାବାତ୍ୟାରୁ ଆରମ୍ଭ କରି ୨୦୧୯ରେ ଫନି ପର୍ଯ୍ୟନ୍ତ ବିଗତ ୨୫ ବର୍ଷରେ ୪ଟି ବଡ଼ ବାତ୍ୟାର ସମ୍ମୁଖୀନ ହୋଇଛି। କିନ୍ତୁ ୨୦୦୦ ମସିହା ପରେ ନବୀନ ପଟ୍ଟନାୟକଙ୍କ ସରକାର ଆସିବା ପରେ ପ୍ରାକୃତିକ ବିପର୍ଯ୍ୟୟକୁ ଓଡ଼ିଶା ମୁକାବିଲା କରିବାରେ ସକ୍ଷମ ହୋଇଛି। ଏହାକୁ ବିଶ୍ବବ୍ୟାପୀ ପ୍ରଶଂସା କରାଯାଇଛି। ଏହାସହ ଓଡ଼ିଶାର ୭ଟି ଜିଲା ସମୁଦ୍ର ସହ ସଂଲଗ୍ନ ହୋଇ ରହିଛି। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବାରୁ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ କରାଯାଇ ଅନୁଦାନ ଦିଆଯାଉ। ମୁନା ଖାଁଙ୍କ ଦାବିକୁ ବିଜେଡି ଏମ୍‌ପି ସସ୍ମିତ ପାତ୍ର ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri