ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି।

ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫା ପତ୍ରରେ ସେ କହିଛନ୍ତି, ”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି।”

୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳ ପାଇଁ ତାଙ୍କର କୁଦୁମୀ ଆଦିବାସୀ ସମ୍ପ୍ରଦାୟର ଭୋଟ୍ ସଂଗ୍ରହର ମୂଳଭାର ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri