ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ଏମପି ମୁନା ଖାନ୍‌, କହିଲେ-ମୁଁ ସିଧା ଯାଇ…

ଭୁବନେଶ୍ୱର,୭ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍‌ ଭୁବନେଶ୍ୱରରେ ପହଂଚିଛନ୍ତି। ସେ ବିମାନ ବନ୍ଦରରେ ପହଂଚି ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କରିଥିଲେ।

ମୁନା ଖାନ୍‌ କହିଥିଲେ, ”ଦଳରେ ଦୋମୁହାଁ ନୀତି ଚଳିବ ନାହିଁ, ଯାହାର ଯିବାର ଅଛି ଭାଜପାକୁ ପଳାନ୍ତୁ। ମୁଁ ସିଧା ଯାଇ ଦଳର ସଭାପତି ନବୀନ ବାବୁଙ୍କୁ ସବୁ ଜଣାଇବି। ସଂସଦୀୟ ବୋର୍ଡ ବୈଠକରେ ବିଲ୍‌କୁ ବିରୋଧ ନିଷ୍ପତ୍ତି ହୋଇଥିଲା। ବିଲ୍‌ ବିରୋଧରେ ଭୋଟ୍‌ ପାଇଁ ନବୀନ ବାବୁ ସ୍ପଷ୍ଟ ଭାବେ କହିଥିଲେ। ସସ୍ମିତ କାହିଁକି ଟ୍ବିଟ୍‌ କରି ବିବେକାନୁମୋଦିତ ଭୋଟ ପାଇଁ କହିଲେ ଜାଣିନି।” ବିମାନବନ୍ଦରରେ ରୋଷ ଝାଡ଼ିବା ପରେ ନବୀନ ନିବାସରେ ପହଞ୍ଚିଥିଲେ ମୁନା ଖାନ୍‌। ସେଠାରେ ସସ୍ମିତ ପାତ୍ରଙ୍କ ଭୂମିକାକୁ ନେଇ ଫେରାଦ ହୋଇଥିଲେ।

ସେପଟେ ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍‌ଫ ବିଲକୁ ନେଇ ସେ କହିଛନ୍ତି ”କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା ସେ ସମ୍ପର୍କରେ ନବୀନ ସାମ୍ନାକୁ ଆସି ସ୍ପଷ୍ଟ କରିବା ଦରକାର। ସବୁ କଥା ନବୀନ ଜାଣିଛନ୍ତି।”

ସେ ଆହୁରି ମଧ୍ୟ କହିଛନ୍ତି, ଏହି ଘଟଣାକୁ ନେଇ ବିଜେଡି ବ୍ୟାକ୍‌ ଫୁଟ୍‌କୁ ଚାଲିଗଲା। ନବୀନ ସତ କଥା କ’ଣ କୁହନ୍ତୁ। ବାଦଲ ଦୂର ହେବା ଦରକାର। ପ୍ରକୃତରେ ଦଳରେ କ’ଣ ଘଟିଛି ତାହା ନବୀନ ହିଁ କହିପାରିବେ ବୋଲି ପ୍ରଫୁଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri