ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିବ କି କେନ୍ଦ୍ରୀୟ ମାନ୍ୟତା ? ରାଜ୍ୟସଭାରେ ଉଠିଲା ଦାବି

ନୂଆଦିଲ୍ଲୀ,୧୨ା୨: ଓଡ଼ିଶାର ଶିକ୍ଷା ଦିଗରେ ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିରାଟ ଅବଦାନ ରହିଛି । ଏଠାରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଶିକ୍ଷା ଗ୍ରହଣ କରିଛନ୍ତି।
ଏବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ‘କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ’ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ। ଗୁରୁବାର ରାଜ୍ୟସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ସେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ସାଂସଦ ସାମନ୍ତରାୟ କହିଛନ୍ତି ଯେ ଓଡ଼ିଶାରେ ବର୍ତ୍ତମାନ କେବଳ ଗୋଟିଏ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି, ଯାହା କୋରାପୁଟଠାରେ ଅବସ୍ଥିତ। ଏହାର ଭୌଗୋଳିକ ଦୂରତା ଏବଂ ଦୁର୍ଗମ ଅବସ୍ଥିତି ଯୋଗୁଁ ଅନେକ ଛାତ୍ରଛାତ୍ରୀ ସେଠାରେ ପଢ଼ିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି।

ଦିଲ୍ଲୀ, ରାଜସ୍ଥାନ, ଉତ୍ତରପ୍ରଦେଶ ଏବଂ ହିମାଚଳ ପ୍ରଦେଶ ଭଳି ରାଜ୍ୟର ଉଦାହରଣ ଦେଇ ସେ ଦର୍ଶାଇଛନ୍ତି ଯେ ସେହି ରାଜ୍ୟଗୁଡ଼ିକରେ ଏକାଧିକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ରହିଛି। ତେଣୁ ଓଡ଼ିଶାର ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟରେ ଆଉ ଏକ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ଆବଶ୍ୟକତା ରହିଛି।

୧୮୬୮ ମସିହାରେ ‘ରେଭେନ୍ସା କଲେଜ’ ଭାବେ ପ୍ରତିଷ୍ଠିତ ଏହି ଅନୁଷ୍ଠାନ ଓଡ଼ିଶାର ଶିକ୍ଷା ଓ ସଂସ୍କୃତିର ପ୍ରାଣକେନ୍ଦ୍ର ଭାବେ ପରିଚିତ। ୨୦୦୬ ନଭେମ୍ବର ୧୫ ତାରିଖରେ ଏହାକୁ ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଥିଲା। ବର୍ତ୍ତମାନ ଏହା ୟୁଜିସି (UGC) ଆକ୍ଟ, ୧୯୫୬ ର ଧାରା ୨(f) ଏବଂ ୧୨(B) ଅନୁଯାୟୀ ସ୍ୱୀକୃତିପ୍ରାପ୍ତ।

ସାଂସଦଙ୍କ ଏହି ଦାବି ପରେ ରେଭେନ୍ସାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଲେ, ଏହା ଜାତୀୟ ସ୍ତରର ଅନୁଦାନ ଓ ଗବେଷଣା କ୍ଷେତ୍ରରେ ନୂତନ ଦିଗ ଉନ୍ମୋଚନ କରିବ ବୋଲି ଶିକ୍ଷାବିତମାନେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri