ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବର୍ଜନ କଲା ବିଜେଡି

ଭୁବନେଶ୍ୱର, ୧୫।୮: ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି ନିଷ୍ପତ୍ତି ନେଇଛି। ଏନେଇ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ”କାର୍ଯ୍ଯକ୍ରମକୁ ଜଣେ କେନ୍ଦ୍ରମନ୍ତ୍ରୀ ଉଦଘାଟନ କରିବା ଗୃହର ପରମ୍ପରାକୁ ଭଙ୍ଗ କରୁଛି। ଏହାଦ୍ୱାରା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପଦ ମର୍ଯ୍ୟାଦାକୁ ହାନୀ କରାଯାଉଛି। ଯେଉଁ କାରଣରୁ ଦଳ ଏହି ନିଷ୍ପତ୍ତି ନେଇଛି।

ସୂଚନାଯୋଗ୍ୟ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମ ଆୟୋଜିତ ହେଉଛି। ଏଥିରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ମାର୍ଗ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୧୭ ଓ ୧୮ ତାରିଖ ଦୁଇ ଦିନ ଧରି ଏହି ପ୍ରଶିକ୍ଷଣ ଜାରି ରହିବ। ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଡ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଜାଣିବେ ନୂଆ ବିଧାୟକ।

ସପ୍ତଦଶ ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି ୮୪ ଜଣ ବିଧାୟକ । ଭାଜପାରୁ ସର୍ବାଧିକ ୫୪ ଜଣ ଥିବାବେଳେ, ବିଜେଡିରୁ ୧୮, କଂଗ୍ରେସରୁ ୯ ଓ ୩ ଜଣ ସ୍ବାଧୀନ ବିଧାୟକ ନୂଆ କରି ନିର୍ବାଚିତ ହୋଇଛନ୍ତି । ନବ ନିର୍ବାଚିତ ବିଧାୟକମାନେ କିଭଳି ଜଣେ ପ୍ରଭାବୀ ବିଧାୟକ ହୋଇପାରିବେ ଓ ବିଭିନ୍ନ ବିଷୟରେ ଗୃହର ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନେବେ ସେନେଇ ପ୍ରଶିକ୍ଷଣ ଦିଆଯିବ ।

ତେବେ ଏହି ତାଲିମ କାର୍ଯ୍ୟକ୍ରମରେ ଯୋଗ ଦେବନି ବୋଲି ବିଜେଡି ପୂର୍ବରୁ ଘୋଷଣା କରିଥିଲା। ଏନେଇ ପ୍ରେସମିଟ୍‌ କରି ଖୋଲାଖୋଲି ମନା କରିଥିଲା ଦଳ। ବିରୋଧୀଦଳ ମୁଖ୍ୟ ସଚେତକ ପ୍ରତାପ ଦେବ କହିଥିଲେ, ବିଧାନସଭାର ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ବାଚସ୍ପତି ଉଦଘାଟନ କରନ୍ତି। କିନ୍ତୁ ଏଠି ଭାଜପା ନେତା ଉଦଘାଟନ ଓ ଉଦଯାପନ କରିବେ। ବିଧାନସଭା କାମରେ ବାହାର ନେତା କିଛି କରିବା ଅଶୋଭନୀୟ। ଏଭଳି କାର୍ଯ୍ୟରୁ କ୍ଷାନ୍ତ ରୁହନ୍ତୁ ନଚେତ ବିଜେଡି ଯୋଗ ଦେବନି ବୋଲି କହିଛନ୍ତି ପ୍ରତାପ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri