ନୂଆପଡ଼ା ଉପନିର୍ବାଚନ: ଭାଜପା ବିରୋଧରେ ବଡ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଏବଂ ଏକ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ବିରୋଧରେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କ ନିକଟରେ ଲିଖିତ ଅଭିଯୋଗ କରିଛି।

ବିଜେଡି ନେତା ଲେନିନ ମହାନ୍ତି ଗଣମାଧ୍ୟମକୁ କହିଛନ୍ତି ଯେ, ମନ୍ତ୍ରୀ ଗଣ୍ଡ ଅକ୍ଟୋବର ୨୦ ତାରିଖରେ ନୂଆପଡ଼ାର ଏକ ଶିକ୍ଷାନୁଷ୍ଠାନରେ ‘ଗଣ୍ଡ ସମାଜ’ ବ୍ୟାନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନୈତିକ ପ୍ରତିଶ୍ରୁତି ଦେବା ସହ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଥିଲେ।

ଏହି ସଭାର ବିଷୟବସ୍ତୁ ସମ୍ପୂର୍ଣ୍ଣ ରାଜନୈତିକ ଥିଲା ଏବଂ ଏହା ଭୋଟରଙ୍କୁ ପ୍ରଭାବିତ କରିବା ଉଦ୍ଦେଶ୍ୟରେ କରାଯାଇଥିବା ବିଜେଡି ଅଭିଯୋଗ କରିଛି। ନିର୍ବାଚନ ନିୟମ ଅନୁଯାୟୀ, ଆଚରଣ ବିଧି ଲାଗୁ ହେବା ପରେ କୌଣସି ଶିକ୍ଷାନୁଷ୍ଠାନକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ ନାହିଁ।

ବିଜେଡି ପ୍ରତିନିଧି ଦଳ ମନ୍ତ୍ରୀ, ଭାଜପା ପ୍ରାର୍ଥୀ ଏବଂ ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ବିରୋଧରେ ତୁରନ୍ତ ତଦନ୍ତ ଓ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସିଇଓ ଏହି ମାମଲାରେ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ବିଜେଡି ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?