ଭାଜପା ଛାଡିଥିବା ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଦ୍ୱାର ଖୋଲିଦେଲା ବିଜେଡି

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ଭାଜପାର ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି। ଭାଜପା ଛାଡିବା ପରେ ସେ ବିଜେଡିରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି। ଏହା ପୂର୍ବରୁ ଭୃଗୁଙ୍କ ପାଇଁ ମଧ୍ୟ ରାସ୍ତା ସଫା କରିଦେଇଛି ବିଜେଡି। କାରଣ ବିଜେଡି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଦଳର ଉପସଭାପତି କରିବା ସହ ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଇଛି। ଏଥିରୁ ଯାହା ସ୍ପଷ୍ଟ ହେଉଛି, ବିଜେଡି ଏଥର ଚନ୍ଦ୍ରଶେଖରଙ୍କୁ ଟିକେଟ୍‌ ନ ଦେଇ ଏସବୁ ବଡ଼ ଦାୟିତ୍ୱ ଦେଇ ସନ୍ତୁଷ୍ଟ କରିଦେଉଛି। ଯଦି ଭୃଗୁ ବକ୍ସିପାତ୍ର ବିଜେଡିରେ ଯୋଗ ଦିଅନ୍ତି ତେବେ ତାଙ୍କୁ ବ୍ରହ୍ମପୁର ଏମ୍‌ପି ପଦ ଦିଆଯାଇପାରେ।
ବୁଧବାର ସକାଳେ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ନିଜ ଇସ୍ତଫା ପତ୍ରରେ ଲେଖିଥିଲେ, ଅତ୍ୟନ୍ତ ଦୁଃଖର ସହ ମୁଁ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। ଗତ ୨୩ବର୍ଷ ଧରି ଜଣେ ସଭ୍ୟ ଭାବରେ ରାଜ୍ୟରେ ପାର୍ଟିର ଉନ୍ନତି ପଇଁ ସମସ୍ତ ପ୍ରୟାସ କରିଛି। ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଓ ସ୍ଥିରତାର ସହ ତୁଲାଇଛି। ବିଭିନ୍ନ ସାଂଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ପାର୍ଟି ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ।କିନ୍ତୁ ଗତ କିଛିଦିନ ହେଲା ଦଳରେ ମୋ ସେବାପ ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧି କଲି। ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି।’ ଲୋକଙ୍କ ସେବା ଏବଂ ଓ ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି। ମୋର ଇସ୍ତଫା ପତ୍ରକୁ ପାର୍ଟି ଗ୍ରହଣ କରିବାକୁ ମୁଁ ଅନୁରୋଧ କରୁଛି।
୨୦୧୯ ବ୍ରହ୍ମପୁର ଲୋକ ସଭା ଆସନ ଜିତିଥିଲେ ବିଜେଡିର ଚନ୍ଦ୍ରଶେଖର ସାହୁ। ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ଏହି ବିଜୟ ସହ ଚନ୍ଦ୍ରଶେଖର ଦ୍ୱିତୀୟ ଥର ପାଇଁ ବ୍ରହ୍ମପୁରର ଏମ୍‌ପି ଭାବେ ନିର୍ବାଚିତ ହୋଇଛନ୍ତି । ସେ ୨୦୦୪ରେ ପ୍ରଥମ ଥର ପାଇଁ କଂଗ୍ରେସରୁ ଲଢ଼ି ଏମ୍‌ପି ହୋଇଥିଲେ। କେନ୍ଦ୍ରର ଉପା ସରକାରରେ ମନ୍ତ୍ରୀ ମଧ୍ୟ ହୋଇଥିଲେ। ହେଲେ ୨୦୦୯ ଏବଂ ୨୦୧୪ ମସିହାରେ କଂଗ୍ରେସ ଟିକେଟରୁ ଲଢ଼ି ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ। ୨୦୧୮ ଏପ୍ରିଲ ୪ ତାରିଖରେ ଚନ୍ଦ୍ରଶେଖର କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?