ଦରବୃଦ୍ଧିକୁ ବିଜେଡିର ବିରୋଧ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଶନିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।
ଖବରଦାତା ସମ୍ମିଳନୀରେ ବିଜେଡି ନେତା କହିଛନ୍ତି ଯେ ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଯୋଗୁ ଓଡ଼ିଶା ତଥା ସମଗ୍ର ଦେଶର ସାଧାରଣ ଜନତା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ଭାଜପା ସରକାର ଏହି ଦରଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଦର ବୃଦ୍ଧି ପ୍ରତିବାଦରେ ରବିବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ। କେନ୍ଦ୍ରର ଭାଜପା ସରକାର ଦ୍ୱାରା ପେଟ୍ରୋଲ, ଡିଜେଲ, ଏଲ୍‌ପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ୍ରାସ ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ। ସେହିପରି ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲାପାଳ,ଉପଜିଲାପାଳ, ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri