ଭାଇରାଲ ହେଉଛି ପାଣ୍ଡିଆନଙ୍କ ଭିଡିଓ, ସେଦିନ ପ୍ରଭାତଙ୍କୁ କହିଥିଲେ…

ଭୁବନେଶ୍ୱର,୧୦।୪: ସଂସଦର ଉଭୟ ସଦନରେ ଓ୍ବକଫ ବିଲ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି ହୋଇଥିବା ଝଡ଼ ଥମିବାର ନାଁ ଧରୁନାହିଁ। ଗତ ୪ ଦିନ ଧରି ବିଜେଡିର ରାଜ୍ୟ ସଭା ସଦସ୍ୟ, କେତେଜଣ ବରିଷ୍ଠ ଓ କନିଷ୍ଠ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗିରହିଛି। ଆଉ ଏହାକୁ ନେଇ କେତେବେଳେ ହୋଟେଲରେ ବରିଷ୍ଠ ନେତାଙ୍କ ବୈଠକ ବସୁଛି ତ ଆଉ କେତେବେଳେ ବିଧାୟକଙ୍କ ଘରେ ମେଳି ହେଉଛି। ବିଜେଡିରେ ଏଭଳି ସ୍ଥିତିକୁ ନେଇ ତୃଣମୂଳସ୍ତରରୁ ଆରମ୍ଭକରି ଶୀର୍ଷସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ମନରେ ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୋଲାଖୋଲିି ଭାବେ ଗଣମାଧ୍ୟମ ସମ୍ମୁଖରେ ପ୍ରଭାତ ଦଳର କେହି ନୁହନ୍ତି ବୋଲି କହିବା ସହ ଚିଟଫଣ୍ଡ ମାମଲାରେ ସେ ଜେଲ ଯିବା କଥା କହିଛନ୍ତି। ଏହି ପରିପ୍ରେକ୍ଷୀରେ ସାମାଜିକ ଗଣମାଧ୍ୟମରେ ପ୍ରଭାତଙ୍କ ଉପରୁ ୨୦୧୭ରେ ବିଜେଡି ପକ୍ଷରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଥିବା ଏକ ଚିଠି ଘୂରି ବୁଲୁଛି। ୨୦୧୭ ନଭେମ୍ବର ୧୦ରେ ବିଜେଡି ପକ୍ଷରୁ ରାଜ୍ୟ ସମ୍ପାଦକ ବିଜୟ ନାୟକ ଉକ୍ତ ଚିଠିରେ ଦର୍ଶାଇଛନ୍ତି ଯେ, ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବାଙ୍କୀ ବିଧାୟକ ପ୍ରଭାତ ତ୍ରିିପାଠୀଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଛନ୍ତି। ତେବେ ପ୍ରଶ୍ନ ଉଠୁଛି, ଯଦି ପ୍ରଭାତ ବିଜେଡିରେ ଏବେଯାଏ ଥିଲେ ତେବେ ସେ ଦଳରେ ନ ଥିଲେ ବୋଲି ନବୀନ କିଭଳି ଗଣମାଧ୍ୟମ ଆଗରେ କହିଲେ। ବାସ୍ତବରେ ପ୍ରଭାତଙ୍କ ନିଲମ୍ବନ କଥା ବିଜେଡି ସୁପ୍ରିମୋ ଜାଣିଛନ୍ତି କି ନା ତାହାକୁ ନେଇ ରାଜନୈତିକ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ବିଜେଡିର ରାଜ୍ୟ ସଭା ସଦସ୍ୟ ଓ ଅନ୍ୟ ବରିଷ୍ଠ ନେତାମାନେ ପାଣ୍ଡିଆନଙ୍କୁ ନେଇ ଯେଉଁ ଆକ୍ଷେପ କରିଛନ୍ତି ସେନେଇ ତାଙ୍କ ଉପରେ ଦଳ ପକ୍ଷରୁ କେଉଁ ପ୍ରକାର କାର୍ଯ୍ୟାନୁଷ୍ଠାନ ହେଉଛି ତାହାକୁ ନେଇ ଚର୍ଚ୍ଚା ବଢ଼ିଲାଣି।

ବିଜେଡିରେ ଚାଲିଥିବା ଅନ୍ତଃକଳହ ମଧ୍ୟରେ ପ୍ରଭାତ ତ୍ରିପାଠୀ ଓ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଏକ ବିବାଦ ସାମ୍ନାକୁ ଆସିଛି। ନିକଟରେ ଓ୍ବକଫ ବିଲ ଭୋଟିଂ ଘଟଣାକୁ ନେଇ ଦଳ ଭିତରେ ଅସନ୍ତୋଷ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପ୍ରଭାତ ତ୍ରିପାଠୀ ପୂର୍ବତନ ନେତା ଭି. କେ. ପାଣ୍ଡିଆନଙ୍କୁ ଦଳର ୨୦୨୪ ନିର୍ବାଚନରେ ହାରିବାର ମୁଖ୍ୟ କାରଣ ଭାବେ ଦାୟୀ କରିଥିଲେ।

ନବୀନ ପଟ୍ଟନାୟକ ଏହାର ଜବାବରେ କହିଛନ୍ତି ଯେ ପ୍ରଭାତ ତ୍ରିପାଠୀ ଦଳର ସଦସ୍ୟ ନୁହନ୍ତି ଏବଂ ତାଙ୍କୁ ଅତୀତରେ ବହିଷ୍କାର କରାଯାଇଛି। ସେ ପାଣ୍ଡିଆନଙ୍କୁ ସମର୍ଥନ କରି କହିଛନ୍ତି ଯେ ପାଣ୍ଡିଆନ ଓଡ଼ିଶା ଓ ବିଜେଡି ପାଇଁ ଅନେକ କାମ କରିଛନ୍ତି ଏବଂ ତାଙ୍କୁ ଅପମାନ କରାଯିବା ଉଚିତ ନୁହେ। ନବୀନ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ପାଣ୍ଡିଆନ ଗତ ୧୦ ମାସ ଧରି ଦଳରୁ ଦୂରେଇ ରହିଛନ୍ତି।

ତେବେ ନବୀନଙ୍କ ଏହି ପ୍ରତିକ୍ରିୟା ପରେ ସୋସିଆଲ ମିଡିଆରେ ପାଣ୍ଡିଆନଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓଟି ନିର୍ବାଚନ ୨୦୨୪ର। ଯେଉଁ ସମୟରେ ପାଣ୍ଡିଆନ ଓଡ଼ିଶାର ସବୁ ନିର୍ବାଚନମଣ୍ଡଳୀ ବୁଲି ବୁଲି ପ୍ରଚାର କରୁଥିଲେ। ଏହି ସମୟରେ ସେ ମଞ୍ଚରୁ ସମ୍ବୋଧନ କରି କହିଥିଲେ, ଆପଣଙ୍କର ମନେଥିବ ୨୦୧୨ରେ ପ୍ୟାରୀବାବୁଙ୍କ ଘଟଣା ହେଲା। ମୁଖ୍ୟମନ୍ତ୍ରୀ ନବୀନଙ୍କ ବିରୋଧରେ ସେ ଷଡଯନ୍ତ୍ର କରିଥିଲେ। ସେହ ସମୟରେ ମୁଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗରେ ଥିଲି। ଏହି ଘଟଣାରେ ମୋତେ କେବଳ ଜଣେ ବ୍ୟକ୍ତି ବହୁତ ସହଯୋଗ କରିଛନ୍ତି। ସେ ହେଉଛନ୍ତି ଏହି ମାଟିର ପ୍ରଭାତ ତ୍ରୀପାଠୀ। ମୁଁ ତାଙ୍କୁ ସବୁବେଳେ ସମ୍ମାନ କରେ। ଏହିଭଳି ବିପଦ ସମୟରେ ପ୍ରଭାତଙ୍କ ବ୍ୟତୀତ ୩-୪ଜଣ ଆମ ସାଙ୍ଗରେ ଥିଲେ। ହେଲେ ପ୍ରଭାତଙ୍କୁ ମଁ ସବୁବେଳେ ମନେ ରଖିବି। ମୋର ବିନମ୍ର ପ୍ରଣାମ।

ତେବେ ଗୁରୁବାର ନବୀନ ପଟ୍ଟନାୟକଙ୍କ ବୟାନ ଉପରେ ପ୍ରଭାତ ତ୍ରିପାଠୀ କାଉଣ୍ଟର ଜବାବ ରଖିଛନ୍ତି। ସେ କହିଛନ୍ତି, ମୁଁ ନିଲମ୍ବନ ପ୍ରତ୍ୟାହାର ପାଇଁ ଅନୁରୋଧ କରି ନ ଥିଲି। ଚିଟଫଣ୍ଡ କେସ ବିଚାରାଧୀନ ଅଛି। ୨୦୨୪ ନିର୍ବାଚନରେ ମୁଁ ଦଳ ପାଇଁ ପ୍ରଚାର କରିଛି। ମୋତେ ଦଳ ବିଭିନ୍ନ ସମୟରେ ବିନିଯୋଗ କରିଛି।

ସେହିପରି ପ୍ରେସମିଟ କରି ନବୀନଙ୍କ ସହ ପାଣ୍ଡିଆନଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି । କହିଛନ୍ତି କାଲିଯାଏଁ ଖୋଦ ନବୀନ ଏବଂ ଦଳର ନମ୍ବର ଟୁ ମୁଖିଆ ସାଜିଥିବା ବ୍ୟକ୍ତି ମୋତେ ପ୍ରଶଂସା କରୁଥିବାବେଳେ ହଠାତ ମୋତେ ଦଳରୁ କାଢିଦେଲେ । ମୁଁ ଦଳରେ ଆଉ ନାହିଁ ବୋଲି ଭାରି ସହଜରେ କହିଦେଲେ । ପ୍ରକୃତ କଥା ହେଲା ଦଳର ଭିତିରି ମୁଖିଆ ସାଜିଥିବା ବ୍ୟକ୍ତି ଜଣକୁ ନିଜକୁ ବଞ୍ଚାଇବାକୁ ଏଭଳି ନବୀନ ପଟ୍ଟନାୟକୁ ଢାଲ ସଜାଇ ଏଭଳି ଷଡଯନ୍ତ୍ର ରଚିଛନ୍ତି ବୋଲି କହିଛନ୍ତି ପ୍ରଭାତ ।

ପ୍ରଭାତ ଆହୁରି ମଧ୍ୟ କହିଛନ୍ତି, ପୂର୍ବରୁ ମୋ ବିରୋଧରେ ଯାହା ଚିଟଫଣ୍ଡ ଦୁର୍ନୀତି ମାମଲା ଥିଲା, ତାହା ହାଇକୋର୍ଟ ଏବେ ବି ବିଚାରାଧିନ ରହିଛି । ଏଯାଏଁ ଏନେଇ କିଛି ବି ନିଷ୍ପତ୍ତି ଶୁଣାଇନାହାଁନ୍ତି କୋର୍ଟ । ମୁଁ ଦୋଷୀ ବୋଲି କୌଣସି ନିଷ୍ପତ୍ତି ହୋଇନାହିଁ । ଫଳରେ ବିଜେଡି ୨୦୧୭ରେ ମୋ ଉପରେ ଲାଗିଥିବା ସସପେନ୍ସସନକୁ ପ୍ରତ୍ୟାହାର କରିଥିଲା । ସେବେଠୋରୁ ୨୦୨୪ ନିର୍ବାଚନ ଭିତରେ ମୁଁ ବାଙ୍କୀ ହେଉ କି ପୂରା କଟକ ଜିଲାରେ ବିଭିନ୍ନ ସ୍ଥାନରେ ହୋଇଥିବା ସଭା ସମିତିରେ ଉପସ୍ଥିତ ଥିଲି । ୨୦୨୪ ନିର୍ବାଚନ ବେଳେ ମୋର କାମକୁ ନେଇ ଖୋଦ ଦଳର ଦୁଇ ନମ୍ବର ମୁଖିଆ ମୋତେ ମଞ୍ଚ ଉପରେ ପ୍ରଶଂସା କରିଥିଲେ । ଏହାବାଦ ଦଳର ରାଜ୍ୟ ସଭାପତି ମଧ୍ୟ ମୋତେ ଲୋକଙ୍କ ଆଗରେ ପ୍ରଶଂସା କରିଛନ୍ତି । ହେଲେ କାଲି ହଠାତ ମୋତେ ଦଳରୁ କାଢିଦେଲେ ? ମୁଁ ଦଳରେ ନାହିଁ ବୋଲି ଜାତୀୟ ଗଣମାଧ୍ୟମରେ କହିଦେଲେ ।

ନିଜକୁ ଦୁଇ ନମ୍ବର ମୁଖିଆ କହୁଥିବା ବ୍ୟକ୍ତିଙ୍କ ସ୍ଥିତି ଦଳରେ ଟଳମଳ । ଏହାଛ ଡା ରାଜ୍ୟ ସଭାରେ ସସ୍ମିତ ପାତ୍ର କାହା ପ୍ରରୋଚନାରେ ଓ୍ବକଫକୁ ସମର୍ଥନ କଲେ ସେକଥା ଦଳର ସବୁ ନେତା ଜାଣିଥିଲେ ବି ପ୍ରକୃତ ସତ ଲୁଚାଇବାକୁ ସେ ଚକ୍ରାନ୍ତ କରିଛନ୍ତି । ମୋତେ ଲୋକଙ୍କ ଆଗରେ ଦୋଷୀ ସାବ୍ୟସ୍ତ କରିବାକୁ ଚେଷ୍ଟା କରୁଛନ୍ତି । ତା’ଛଡା ଗଣମାଧ୍ୟମରେ ମୁଁ ଯାହା କହିଛି ବୋଲି ଭାଇରାଲ ହେଉଛି ମୁଁ ତ କାହାକୁ କିଛି କହିନାହିଁ । କିଛି ବିଚାର ନକରି ମୋ ବିରୋଧରେ ଏଭଳି ମହାମିଥ୍ୟା କହିବା ଅନ୍ତତଃ ନବୀନ ପଟ୍ଟନାୟକଙ୍କ ଭଳି ଅଭିଜ୍ଞ ନେତାଙ୍କୁ ଆଦୌ ଶୋଭା ପାଏନି ବୋଲି କହିଛନ୍ତି ପ୍ରଭାତ ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri