ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାର ବିଜୁ ଜନତା ଦଳ ପକ୍ଷରୁ କ୍ଷତିପୂରଣ ଓ ବିଭିନ୍ନ ଦାଦି ନେଇ ଗଞ୍ଜାମ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବି ଗୁଡିକ ମଧ୍ୟରେ ଆଧୁନିକ ବୈଷୟିକ ଜ୍ଞାନ କୌଶଳରେ ସମସ୍ତ ପ୍ରକାର କୃଷିକ୍ଷେତ୍ରର କ୍ଷତିର ଯୁଦ୍ଧକାଳୀନ ଆକଳନ ଏବଂ ଆର୍ଥିକ ସହାୟତା ପ୍ରଦାନ, କୃଷି ଋଣ ସହ କୃଷକର ମୁଣ୍ଡଉପରେ ଥିବା ଅନ୍ୟାନ୍ୟ ଋଣ ଛାତ, ସମସ୍ତ ବର୍ଗର ତାଷୀଙ୍କୁ ଜଳକର ଛାଡ, ଗଞ୍ଜାମର ଧାନ ତାଷୀଙ୍କ ଉତ୍ପାଦିତ ଧାନର ଗୁଣାତ୍ମକ ମାନରେ କୋହଳ,ପାଣି ମାଡି ଧୂସରିଆ, ବେରଙ୍ଗ ହୋଇଥିବା, ଗମି ଯାଇଥିବା ଧାନକୁ କ୍ରୟକରିବା, ହେକ୍ଟର ପ୍ରତି କ୍ଷତିର ସହାୟ ମୂଲ୍ୟକୁ ବୃଦ୍ଧି କରିବା, ପନିପରିବା ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା ଆଦି ରହିଛି ସ୍ମାରକପତ୍ର ପ୍ରଦାନ ବେଳେ ପୂର୍ବତନ ବିଧାୟକ ତଥା ଜିଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,
ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ସୁବାଷ ବେହେରା,
ଜିଲା ପରିଷଦ ଅଧ୍ୟକ୍ଷ ଅଞ୍ଜଳି ସ୍ବାଇଁ, ପୂର୍ବତନ ଏମପି ଚନ୍ଦ୍ରଶେଖର ସାହୁ, ଭୃଗୁବକ୍ସି ପାତ୍ର,ସୁବାଷ ମହାରଣା, ମେୟର ସଂଘମିତ୍ରା ଦଳେଇ,ସଙ୍କର ଦାଶ,ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି ପାପା ରାଓ, ସୁଶ୍ରୀ ସୁଲକ୍ଷଣା ଦେବୀ, ବିପ୍ଳବ ପାତ୍ର, କାଉନସିଲର ପ୍ରୀତିଛନ୍ଦା ସାମଲ ଓ ସନ୍ତୋଷୀ ସେଠି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri