ବିଜେଡି ଖେଳିଲା ଏସ୍‌ଇବିସି କାର୍ଡ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍‌ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ ନ ଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି ବୋଲି ବିଜେଡିର ଦୁଇ ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ଅରୁଣ କୁମାର ସାହୁ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରଣେନ୍ଦ୍ର କହିଛନ୍ତି ଯେ, ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା କରିବା ସହିତ ବିଧାନସଭା ଓ ଲୋକ ସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରନ୍ତୁ। ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ଠିକ୍‌ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି। ତେଣୁ ପଛୁଆବର୍ଗଙ୍କ ସଂଖ୍ୟାର ଠିକ୍‌ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ। ସଂରକ୍ଷଣ ସୀମା ୫୦% ସୀମିତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି। ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି। କିନ୍ତୁ ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ। ରାଷ୍ଟ୍ରପତିଙ୍କ ଦ୍ୱାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରି ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି। ରାଜ୍ୟଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଓ ଏବେ ମଧ୍ୟ କରିପାରିବେ। କେନ୍ଦ୍ରର ଓବିସି ତାଲିକା ଅନୁସାରେ ଏହି ବର୍ଗର ପ୍ରାର୍ଥତ୍ମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନ ଗୁଡିକରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି। ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣର ସୁବିଧା ପାଉଛନ୍ତି। ପଛୁଆବର୍ଗ ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକ ସଭାରେ କୌଣସି ବିରୋଧି ଦଳ ଏହାକୁ ବିରୋଧ କରିନାହାନ୍ତି। ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ସମସ୍ତ ବିରୋଧି ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଥିବା ରଣେନ୍ଦ୍ର ଓ ଅରୁଣ କହିଛନ୍ତି।

ବିରୋଧୀଙ୍କ ସମାଲୋଚନା
ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ଆସନରେ ପଛୁଆ ବର୍ଗ (ଓବିସି/ଏସ୍‌ଇବିସି) ପ୍ରାର୍ଥୀ ଦେବ ବୋଲି ଘୋଷଣା କରିବା ପରେ ବିରୋଧୀ ଏହାକୁ ସମାଲୋଚନା କରିଛନ୍ତି। ଭାଜପା ନେତା ସୁରଥ ବିଶ୍ୱାଳ କହିଛନ୍ତି, ୨୦୧୯ ବିଧାନସଭା ନିର୍ବାଚନରେ ଭାଜପା ୧୪୭ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୫୧ ଜଣ ଓବିସି ପ୍ରାର୍ଥୀ ଦେଇଥିଲା, ଯାହା ୩୫%ରୁ ଅଧିକ। ରାଜ୍ୟରେ ୫୪% ଓବିସି ବର୍ଗର ଲୋକେ ବସବାସ କରୁଥିବାବେଳେ ସେମାନଙ୍କ ବିନା ପ୍ରାର୍ଥତ୍ତ୍ୱରେ ରାଜ୍ୟରେ ନିର୍ବାଚନ ଅସମ୍ଭବ। ଲୋକଙ୍କୁ ବିଭ୍ରାନ୍ତ କରିବା ଲାଗି ବିଜେଡି ଏଭଳି ଘୋଷଣା କରିଛି। ଏହା ରାଜ୍ୟର ପଛୁଆ ବର୍ଗକୁ ଲାଭ ଦେବନାହିଁ। ଦୀର୍ଘ ୨୦ ବର୍ଷଧରି ରାଜ୍ୟର ଓବିସି/ଏସ୍‌ଇବିସି ବର୍ଗକୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ପ୍ରତାରଣା କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତ ନିର୍ବାଚନରେ ଫାଇଦା ନେବାକୁ ଏଭଳି ହୀନ ରାଜନୀତି ଆରମ୍ଭ କରିଥିବା ସୁରଥ ଅଭିଯୋଗ କରିଛନ୍ତି। ସେହିପରି କଂଗ୍ରେସ ନେତା ସତ୍ୟ ପ୍ରକାଶ ନାଏକ ମଧ୍ୟ ବିଜେଡିର ଏଭଳି ନିଷ୍ପତ୍ତିକୁ ଓବିସିବର୍ଗ ପ୍ରତି ଚରମ ଉପହାସ ବୋଲି କହିଛନ୍ତି। ୨ ଦଶନ୍ଧି ଧରି ରାଜ୍ୟର ଓବିସି ସମ୍ପ୍ରଦାୟଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚତ୍ତ କରିବା ପରେ ଏବେ ୨୭% ଦଳୀୟ ଟିକେଟ ବାଣ୍ଟିବା ମୁଖ୍ୟମନ୍ତ୍ରୀଙ୍କ କେଉଁ ପ୍ରକାର ସାମାଜିକ ନ୍ୟାୟକୁ ଦର୍ଶାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri