ବିଜେଡିର ପୋଲ୍‌ ଖୋଲିଦେଲେ ବରିଷ୍ଠ ନେତା

ଭୁବନେଶ୍ୱର,୬।୬: ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଗୁରୁବାର ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନାରୁ ଦୂରେଇ ରଖିବା ପରାଜୟର ଅନ୍ୟତମ କାରଣ। ଏହା ହିଁ ସାଧାରଣରେ ଗ୍ରହଣଯୋଗ୍ୟ ହୋଇ ନାହିଁ। ବିଧାନସଭାରେ ଏହି ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନିର୍ବାଚନରେ ପରିଚାଳନାରେ ତ୍ରୁଟି ହୋଇଛି ତାହାର ସମୀକ୍ଷା ହେବ।
ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।
ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି। ୨୦୧୯ ନିର୍ବାଚନରେ ଭାଜପା ୮ଟି ଆସନ ପାଇଥିବା ବେଳେ ଏଥର ଅଧିକ ୧୨ ଆସନ ଜିତିବା ଓଡ଼ିଶାର ରାଜନୈତିକ ପାଣିପାଗକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri