ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ

ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ
ଭୁବନେଶ୍ୱର,୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁରୁବାର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର କିଛି ହେବିଓ୍ବେଟଙ୍କୁ ଉପନିର୍ବାଚନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପିପିଲି ବ୍ଲକ ପାଇଁ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ, ଡେଲାଙ୍ଗ ବ୍ଲକ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ନିୟୋଜିତ କରାଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଦିବଙ୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି। ରୁଦ୍ର ମାର୍ଚ୍ଚ ୩୦ରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପିପିଲି ଉପନିର୍ବାଚନ ପାଇଁ ବିଜେଡି ଏକ ସ୍ବତନ୍ତ୍ର କମିଟି ଗଠନ କରିଛି। ଏଥିରେ ଯୁବପିଢି, ଛାତ୍ର, ମହିଳା ଓ ବରିଷ୍ଠ ନେତାମାନଙ୍କୁ ଦଳ ତରଫରୁ ଦାୟିତ୍ୱ ଦିଆଯାଇଛି। ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୨ ରେ ଏହାର ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri