ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା ଲାଭ କରିଥିଲେ ସୁଦ୍ଧା ସ୍ବର୍ଗତ ମଲ୍ଲିକ ଚାକିରି ପଛରେ ନ ଗୋଡ଼ାଇ ଜନସେବା ପାଇଁ ଯୁବାବସ୍ଥାରୁ ରାଜନୀତିରେ ପାଦ ଥାପିଥିଲେ। ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗରିଆଟିକ୍ରାର ସ୍ବର୍ଗତ ମଲ୍ଲିକ ସ୍ଥାନୀୟ ସରପଞ୍ଚ, ଜିଲା ପରିଷଦ ନିର୍ବାଚିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ଅତାବିରା ବ୍ଲକ ବିଜେଡି ସଭାପତି ପଦବୀରେ ତାଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେହିପରି ସ୍ବର୍ଗତ ମଲ୍ଲିକ ବରଗଡ଼ ଜିଲା ଯାଦବ ସମାଜର ସଭାପତି ଥିବାବେଳେ ତାଙ୍କ ସ୍ତ୍ରୀ ଋକି୍ମଣୀ ମଧ୍ୟ ଜିଲା ପରିଷଦ ସଭ୍ୟା, ବ୍ଲକ ଅଧ୍ୟକ୍ଷା ରହିଥିଲେ। ଜଣେ ନିଃସ୍ବାର୍ଥପର, ନିର୍ବିବାଦୀୟ ରାଜନେତା, ସଂଗଠକଙ୍କୁ ହରାଇ ଜିଲାର ବିଭିନ୍ନ ମହଲରେ ଗଭୀର ଶୋକପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri