ସିସିଟିଭିକୁ ନେଇ ସାଂଘାତିକ ଖୁଲାସା କଲା ବିଜେଡି, ଘାଇଲା ହେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି । ବିଜେଡି ବଡ଼ ଦାବି କରିଛି। ପ୍ରେସମିଟ୍‌ କରି ବିଜେଡି ଭାଜପା ଉପରେ ବର୍ଷିଛି। ବିଜେଡି କହିଛି, ଗତକାଲି ଯେତେବେଳେ ସୌମ୍ୟାଶ୍ରୀ ମୃତ୍ୟୁ ବୋଲି ଘୋଷଣା କରାଗଲା ତା’ପରେ ଟୁଇଟରରେ ଶ୍ରଦ୍ଧାଞ୍ଜଳି ଦିଆଯାଉଛି। ଯେତେବେଳେ ସୌମ୍ୟାଶ୍ରୀ ଏମାନଙ୍କୁ ଟୁଇଟ କରିଥିଲେ, ନ୍ୟାୟ ଭିକ୍ଷା କରିଥିଲେ, ସେତେବେଳେ ସବୁ ଭଦ୍ରଲୋକ କେଉଁଠି ଥିଲେ।

ବିଜେଡି ନେତ୍ରୀଙ୍କ କହିବାନୁସାରେ, କଲେଜ କ୍ୟାମ୍ପସ୍‌ରେ ଯେଉଁଠି ପେଟ୍ରୋଲ ପକାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ, ସେଇଠି ୩ଟି ସିସିଟିଭି ଥିଲା। ହେଲେ ଗୋଟିଏ ସିସିଟିଭି ଫୁଟେଜ୍‌ ଭାଇରାଲ ହେଉଥିବା ବେଳେ ଅନ୍ୟ ୨ଟି କୁଆଡେ ଗଲା। ସେଇ ୨ଟି ସିସିଟିଭି ଫୁଟେଜ୍‌ ଲୁଚାଯାଇ କାହାକୁ ବଞ୍ଚାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ନେତ୍ରୀ।

ଏହା ସହିତ ମୃତ ଶରୀରକୁ ସାମ୍ନା ଗେଟ୍‌ରେ ନ ନିଆଯାଉ ପଛ ଗେଟ୍‌ରେ କାହିଁକି ନିଆଯାଉଥିଲା ବୋଲି ପ୍ରଶ୍ନ କରିଛି ବିଜେଡି। ବ୍ୟବଚ୍ଛେଦ ପାଇଁ ମଧ୍ୟ ରାଜି ନଥିଲେ ଆମେ କହିବାରୁ ବ୍ୟବଚ୍ଛେଦ ହୋଇଥିଲା ।

ଅନ୍ୟପଟେ, ସାରା ଓଡ଼ିଶାରେ ଆଜିଠୁ ବ୍ୟାପକ ଛାତ୍ର ଆନ୍ଦୋଳନ ହେବ, ବ୍ୟାପକ ଭାବେ ଯୁବ ଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବିଜେଡି କହିଛି। ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଯେଉଁ ପର୍ଯ୍ୟନ୍ତ ଇସ୍ତଫା ଦେଇନାହାନ୍ତି ଯେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ବିଜେଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri