ସିସିଟିଭିକୁ ନେଇ ସାଂଘାତିକ ଖୁଲାସା କଲା ବିଜେଡି, ଘାଇଲା ହେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି । ବିଜେଡି ବଡ଼ ଦାବି କରିଛି। ପ୍ରେସମିଟ୍‌ କରି ବିଜେଡି ଭାଜପା ଉପରେ ବର୍ଷିଛି। ବିଜେଡି କହିଛି, ଗତକାଲି ଯେତେବେଳେ ସୌମ୍ୟାଶ୍ରୀ ମୃତ୍ୟୁ ବୋଲି ଘୋଷଣା କରାଗଲା ତା’ପରେ ଟୁଇଟରରେ ଶ୍ରଦ୍ଧାଞ୍ଜଳି ଦିଆଯାଉଛି। ଯେତେବେଳେ ସୌମ୍ୟାଶ୍ରୀ ଏମାନଙ୍କୁ ଟୁଇଟ କରିଥିଲେ, ନ୍ୟାୟ ଭିକ୍ଷା କରିଥିଲେ, ସେତେବେଳେ ସବୁ ଭଦ୍ରଲୋକ କେଉଁଠି ଥିଲେ।

ବିଜେଡି ନେତ୍ରୀଙ୍କ କହିବାନୁସାରେ, କଲେଜ କ୍ୟାମ୍ପସ୍‌ରେ ଯେଉଁଠି ପେଟ୍ରୋଲ ପକାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ, ସେଇଠି ୩ଟି ସିସିଟିଭି ଥିଲା। ହେଲେ ଗୋଟିଏ ସିସିଟିଭି ଫୁଟେଜ୍‌ ଭାଇରାଲ ହେଉଥିବା ବେଳେ ଅନ୍ୟ ୨ଟି କୁଆଡେ ଗଲା। ସେଇ ୨ଟି ସିସିଟିଭି ଫୁଟେଜ୍‌ ଲୁଚାଯାଇ କାହାକୁ ବଞ୍ଚାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ନେତ୍ରୀ।

ଏହା ସହିତ ମୃତ ଶରୀରକୁ ସାମ୍ନା ଗେଟ୍‌ରେ ନ ନିଆଯାଉ ପଛ ଗେଟ୍‌ରେ କାହିଁକି ନିଆଯାଉଥିଲା ବୋଲି ପ୍ରଶ୍ନ କରିଛି ବିଜେଡି। ବ୍ୟବଚ୍ଛେଦ ପାଇଁ ମଧ୍ୟ ରାଜି ନଥିଲେ ଆମେ କହିବାରୁ ବ୍ୟବଚ୍ଛେଦ ହୋଇଥିଲା ।

ଅନ୍ୟପଟେ, ସାରା ଓଡ଼ିଶାରେ ଆଜିଠୁ ବ୍ୟାପକ ଛାତ୍ର ଆନ୍ଦୋଳନ ହେବ, ବ୍ୟାପକ ଭାବେ ଯୁବ ଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବିଜେଡି କହିଛି। ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଯେଉଁ ପର୍ଯ୍ୟନ୍ତ ଇସ୍ତଫା ଦେଇନାହାନ୍ତି ଯେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ବିଜେଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri