କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି, ଦାବିପତ୍ର ପ୍ରଦାନ

ପୁରୁଷୋତ୍ତମପୁର,୧୬।୨(ଡି.ଏନ୍‌.ଏ.): ମାଗଣା ଚାଉଳ ବନ୍ଦ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଠାରେ ବ୍ଳକ ଓ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ନେତୃତ୍ୱରେ ଜିଲା ବିଜେଡି ସାଧାରଣ ସମ୍ପାଦକ ନିର୍ମଳ ଚନ୍ଦ୍ର ସାହୁ, ସୁଭ୍ରାଶୁଂ ଶେଖର ସାବତ, ଦିଗାମ୍ବର ପାଣିଗ୍ରାହୀ, ଆସ୍କା ଏମ୍‌ପିଙ୍କ ପ୍ରତିନିଧି ସୁଦର୍ଶନ ନାୟକ, ପ୍ରେମାନନ୍ଦ ସାହୁ, ସମିତି ସଭ୍ୟ ସୀମାଞ୍ଚଳ ଗୌଡ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ଉପାଧ୍ୟକ୍ଷକୃଷ୍ଣ ଚନ୍ଦ୍ର ପଣ୍ଡା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ମହିଳା ସଭାନେତ୍ରୀ ଅଞ୍ଜଳି ସାହୁ, ଗୀତା ବସ୍ତିଆ, କାଉନସିଲର ଅଶୋକ କୁମାର ମହାଙ୍କୁଡଙ୍କ ସମେତ ଶତାଧିକ ମହିଳା ଏବଂ ପୁରୁଷ କର୍ମୀ ଶୋଭାଯାତ୍ରାରେ ବାହାରି ଥିଲେ। ଏହି ଅବସରରେ କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରି ଉଭୟ ବ୍ଲକ ଓ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓ ବିଜୟ କୁମାର ବେହେରା ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ଆନ୍ଦୋଳନରେ ସମସ୍ତ ଦଳୀୟ କାଉନ୍‌ସିଲର, ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri